ଏକଦା ଧନୁଷଙ୍କ ସହିତ ଏହି ଅଭିନେତ୍ରୀଙ୍କ ପ୍ରେମ ସମ୍ପର୍କକୁ ନେଇ ହୋଇଥିଲା ଆଲୋଡ଼ନ: ଏମିତି କହିଥିଲେ ସ୍ତ୍ରୀ

ସାଉଥ ସୁପରଷ୍ଟାର ଧନୁଷ ଏବଂ ଐଶ୍ୱର୍ଯ୍ୟା ରଜନୀକାନ୍ତ ସେମାନଙ୍କର ୧୮ ବର୍ଷର ବିବାହ ସମ୍ପର୍କକୁ ସମାପ୍ତ କରିଛନ୍ତି। ଧନୁଷ ରଜନୀକାନ୍ତଙ୍କ ଝିଅ ଐଶ୍ୱର୍ଯ୍ୟା ରଜନୀକାନ୍ତଙ୍କୁ ୧୮ ନଭେମ୍ବର ୨୦୦୪ରେ ବିବାହ କରିଥିଲେ। ଛାଡପତ୍ର ବିଷୟରେ ଧନୁଷ ଏବଂ ଐଶ୍ୱର୍ଯ୍ୟା ସୋସିଆଲ ମିଡିଆରେ ଲେଖିଛନ୍ତି, ୧୮ ବର୍ଷ ଧରି ପରସ୍ପର ପରସ୍ପରର ବନ୍ଧୁ, ଦମ୍ପତି ଏବଂ ଶୁଭେଚ୍ଛୁ ଭାବେ ରହିଥିଲୁ। ଜୀବନ ଯାତ୍ରାରେ ବୁଝାମଣା ରଖିବା ସହିତ ପରସ୍ପର ସହ ଖାପ ଖୁଆଇ ଚଳିଥିଲୁ ଏବଂ ଆଗକୁ ବଢ଼ିବିଥିଲୁ। କିନ୍ତୁ ଆମେ ଏବେ ଏଭଳି ଏକ ସ୍ଥାନରେ ଛିଡ଼ା ହୋଇଛୁ ଯେଉଁଠି ଆମର ରାସ୍ତା ଏବେ ଭିନ୍ନ। ଐଶ୍ବର୍ଯ୍ୟା ଏବଂ ମୁଁ ଦମ୍ପତି ଭାବେ ଅଲଗା ରହିବାକୁ ନିଷ୍ପତ୍ତି ନେଇଛୁ। ପ୍ରଶଂସକମାନେ ଆମର ଏହି ନିଷ୍ପତ୍ତିକୁ ସମ୍ମାନ ଦେବେ ବୋଲି ଆଶା କରୁଛୁ ।
ବିବାହ ପୂର୍ବରୁ ଏବଂ ବିବାହ ପରେ ମଧ୍ୟ ଧନୁଷଙ୍କ ନାମ କୌଣସି ଅଭିନେତ୍ରୀଙ୍କ ସହ ଜଡିତ ନ ଥିଲା। କିନ୍ତୁ ୨୦୧୧ରେ ଶ୍ରୁତି ହାସନ ଏବଂ ଧନୁଷଙ୍କ ପ୍ରେମ ସମ୍ପର୍କ ଖବର ପ୍ରଶଂସକଙ୍କ ମଧ୍ୟରେ ଆଲୋଡ଼ନ ସୃଷ୍ଟି କରିଥିଲା। ଫିଲ୍ମ ‘୩’ର ଶୁଟିଂ ସମୟରେ ସେମାନଙ୍କ ପ୍ରେମ ସମ୍ପର୍କର ଖବରକୁ ନେଇ ଚର୍ଚ୍ଚା ହୋଇଥିଲା ଆଶ୍ଚର୍ଯ୍ୟର କଥା ହେଉଛି ଏହି ଫିଲ୍ମଟି ଧନୁଷଙ୍କ ସ୍ତ୍ରୀ ଐଶ୍ୱର୍ଯ୍ୟାଙ୍କ ଦ୍ୱାରା ନିର୍ଦ୍ଦେଶିତ ହୋଇଥିଲା।
କୁହାଯାଏ ଐଶ୍ୱର୍ଯ୍ୟା ଶ୍ରୁତିଙ୍କର ପିଲାଦିନର ବନ୍ଧୁ, ତେଣୁ ଶ୍ରୁତି ନିଜ ବନ୍ଧୁ ହୋଇ ତାଙ୍କ ସହ ବିଶ୍ୱାସଘାତକତା କରିଥିଲେ। ଶୁଟିଂ ସମୟରେ ଧନୁଷ ଏବଂ ଶ୍ରୁତି ହାସନ ଏକାଠି ଅଧିକ ସମୟ ବିତାଇବା ଆରମ୍ଭ କରିଥିଲେ। ସେହି ସମୟରେ ଧନୁଷ ଏବଂ ଐଶ୍ୱର୍ଯ୍ୟାଙ୍କ ବିବାହ ଭାଙ୍ଗିବା ଖବର ମଧ୍ୟ ଚର୍ଚ୍ଚାକୁ ଆସିଥିଲା। ଯଦିଓ ଶ୍ରୁତି ଏକ ସାକ୍ଷାତକାରରେ ଏହାକୁ ନିରର୍ଥକ ବୋଲି କହିଥିଲେ । ଏଥି ସହିତ ଧନୁଷଙ୍କ ସ୍ତ୍ରୀ ଐଶ୍ୱର୍ଯ୍ୟା ମଧ୍ୟ ଏକ ସାକ୍ଷାତକାରରେ କହିଥିଲେ, ଏହି ଗୁଜବରେ କୌଣସି ସତ୍ୟତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri