ଜରୁରୀ ହେଲେ କପିଳାସ ଆସିବ ଅସୁସ୍ଥ ହାତୀ

ଢେଙ୍କାନାଳ ଅଫିସ, ୧୯।୧ – ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ୍‌ ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖେସରା ଜଙ୍ଗଲରେ ଅସୁସ୍ଥ ହୋଇପଡ଼ିଥିବା ଆନୁମାନିକ ୬ବର୍ଷର ଏକ ମାଈ ହାତୀକୁ ରବିବାର ଟ୍ରାଙ୍କୁଲାଇଜ୍‌ କରି ବନ ବିଭାଗ ଚିକିତ୍ସା କରୁଛି। ଆବଶ୍ୟକ ପଡ଼ିଲେ ଉକ୍ତ ହାତୀକୁ କପିଳାସ ପ୍ରାଣୀ ଉଦ୍ୟାନସ୍ଥିତ ହାତୀ ରେସକ୍ୟୁ ସେଣ୍ଟରକୁ ଅଣାଯାଇ ଚିକିତ୍ସା କରାଯିବ ବୋଲି ଜିଲା ବନଖଣ୍ଡ ଅଧିକାରୀ ଡା. ପ୍ରକାଶଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି। ଦଳ ପରିତ୍ୟାଗ କରି ଆମ୍ବପଳାସ ଅଞ୍ଚଳରେ ବୁଲୁଥିବା ଉକ୍ତ ହାତୀଟି ଖାଦ୍ୟ ଖାଇବା ସମୟରେ ଏହାର ପାଟିରେ ଆଘାତ ଲାଗିଛି। ସଂକ୍ରମଣ ଗୁରୁତର ହୋଇପଡ଼ିଥିବାରୁ ସେ ଖିଆପିଆ କରି ନ ପାରି ଅତିମାତ୍ରାରେ ଦୁର୍ବଳ ହୋଇପଡ଼ିଛି। ତେବେ ବିସ୍ଫୋରକ ସାମଗ୍ରୀ ଖାଇ ହାତୀଟିର ଏଭଳି ଅବସ୍ଥା ହୋଇଥିବା ଚର୍ଚ୍ଚା ହେଉଥିବାବେଳେ ଡିଏଫ୍‌ଓ ଏହାକୁ ଅସ୍ବୀକାର କରିଛନ୍ତି। କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜର ସତ୍ୟନାରାୟଣ ସାହୁ ସଦଳବଳ ହାତୀଟିର ଗତିବିଧି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। କପିଳାସ ପ୍ରାଣୀ ଉଦ୍ୟାନ ଚିକିତ୍ସକ ଡା. ଅସିତ ଚକ୍ରବର୍ତ୍ତୀଙ୍କ ସହ ଅନ୍ୟ ବିଶେଷଜ୍ଞମାନେ ଅସୁସ୍ଥ ହାତୀର ଚିକିତ୍ସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା...

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ...

ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ

ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ...

ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା...

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

୨ ରୁବେଲା ଭାଇରସ୍‌ ରୋଗୀ ଚିହ୍ନଟ

ନବରଙ୍ଗପୁର,୮।୫: ନବରଙ୍ଗପୁରରୁ ୨ ରୁବେଲା ଭାଇରସ ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ୫ଟି ସାମ୍ପଲରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri