Posted inଫୁରସତ

ଶାଶୁ-ଶ୍ୱଶୁରଙ୍କ ବିବାହ କରାଇଲେ ଜ୍ୱାଇଁ; ୬୦ ବର୍ଷ ପରେ ବାଜିଲା…

ଶାଶୁ-ଶ୍ୱଶୁରଙ୍କ ବିବାହ କରାଇଲେ ଜ୍ୱାଇଁ। ରାଜସ୍ଥାନର ବାନ୍ସଓ୍ବାଡା ଜିଲା ଅନ୍ତର୍ଗତ ଭାଡଲିପଡ଼ା ଗ୍ରାମରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି, ଯାହାକି ଏବେ ଚର୍ଚ୍ଚାରେ। ଘଟଣାର ଭିଡିଓ ଭାଇରାଲ ହେଉଥିବା ବେଳେ ଲୋକମାନେ ଜ୍ୱାଇଁଙ୍କ ଏଭଳି କାର୍ଯ୍ୟକୁ ପ୍ରଶଂସା କରିଛନ୍ତି।

ପୁରା ଘଟଣାଟି ଏପରି। ଭାଡଲିପଡ଼ା ଗ୍ରାମର ଧନଜୀ ଅମଲିୟର ୬୦ ବର୍ଷ ପୂର୍ବେ ପ୍ରେମ ବିବାହ କରିଥିଲେ। ସେତେବେଳେ ସେ ସାତ ଫେରା ନେଇ ନ ଥିଲେ କିମ୍ବା ବିବାହର କୌଣସି ରୀତିନୀତି ମଧ୍ୟ କରାଯାଇ ନ ଥିଲା। ଉଭୟଙ୍କର ଏକ ଝିଅ ସୀମା ଏବଂ ଜ୍ୱାଇଁ ଅଛନ୍ତି। ଶାଶୁଶ୍ୱଶୁର ପୂର୍ବରୁ ଠିକ୍‌ ଭାବେ ବିବାହ କରି ନ ଥିବାରୁ ଜ୍ୱାଇଁ ପୁଣିଥରେ ଉଭୟଙ୍କ ବିବାହ କରିବାକୁ ସ୍ଥିର କରିଥିଲେ। ହିନ୍ଦୁ ରୀତିନୀତି ଅନୁଯାୟୀ ବିବାହର ସମସ୍ତ ସମାରୋହର ଆୟୋଜନ କରାଯାଇଥିଲା। ବାଜା ବାଜିଥିଲା। ରୋଷଣୀରେ ଘର ଝଲସିଲା। ବ୍ରାହ୍ମଣ ମନ୍ତ୍ର ପଢ଼ିଥିଲେ। ଶେଷରେ ସମାଜ ସମ୍ମୁଖରେ ସେମାନେ ମାଳା ବଦଳାଇ ବିବାହ କରିଥିଲେ।

ଏହି ବିବାହକୁ ଦେଖିବା ଲାଗି ଅଞ୍ଚଳର ବହୁ ଲୋକ ପହଞ୍ଚିଥିଲେ। ସେମାନେ ବୃଦ୍ଧ ଦମ୍ପତିଙ୍କୁ ଆଶୀର୍ବାଦ ଦେବା ସହ ଅଭିନନ୍ଦନ ଜଣାଇଥିଲେ। ଏବେ ଏହି ବିବାହର ପ୍ରଶଂସା କରାଯାଉଥିବା ବେଳେ ଭିଡିଓ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri