Posted inଜାତୀୟ

ଅରୁଣାଚଳରୁ ନାବାଳକଙ୍କୁ ଅପହରଣ କଲା ଚାଇନା

ନୂଆଦିଲ୍ଲୀ, ୨୦ା୧: ଚାଇନାର ପିପଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ଭାରତୀୟ ଭୂଖଣ୍ଡକୁ ଅନୁପ୍ରବେଶ କରି ଜଣେ ନାବାଳକଙ୍କୁ ଅପହରଣ କରିନେଇଛି। ଅରୁଣାଚଳ ପ୍ରଦେଶର ଅପର ସିଆଙ୍ଗ ଜିଲାରୁ ୧୭ ବର୍ଷୀୟ ବାଳକଙ୍କୁ ପିଏଲ୍‌ଏ ସୈନ୍ୟମାନେ ଉଠାଇନେଇଥିବା ବୁଧବାର ସେଠାକାର ଏମ୍‌ପି ତାପିର ଗାଓ ଅଭିଯୋଗ ଆଣିଛନ୍ତି। ତାପିର କହିଛନ୍ତି, ସିୟୁଙ୍ଗଲା ଅଞ୍ଚଳର ଲୁଙ୍ଗଟା ଜୋନରୁ ମିରାମ ତାରୋନ୍‌ଙ୍କୁ ଅପହରଣ କରିନେଇଥିବାବେଳେ ତାଙ୍କ ବନ୍ଧୁ ଜନି ୟାୟିଙ୍ଗ୍‌ ଖସି ପଳାଇଆସିବାରେ ସଫଳ ହୋଇଛନ୍ତି। ପିଏଲ୍‌ଏର ଏଭଳି କୁକାର୍ଯ୍ୟ ସମ୍ପର୍କରେ ଜନି ସ୍ଥାନୀୟ ଅଧିକାରୀମାନଙ୍କୁ ଅବଗତ କରାଇଛନ୍ତି। ମିରାମ ଓ ଜନି ଜିଡୋ ଗ୍ରାମର ବାସିନ୍ଦା ଏବଂ ଉଭୟେ ଶିକାର କରନ୍ତି। ସାଙ୍ଗପୋ ନଦୀ ଅରୁଣାଚଳକୁ ପ୍ରବେଶ କରିଥିବା ସ୍ଥାନ ନିକଟରେ ଏହି ଘଟଣା ଘଟିଥିବା ତାପିର କହିଛନ୍ତି। ସାଙ୍ଗ୍‌ପୋକୁ ଅରୁଣାଚଳରେ ସିଆଙ୍ଗ୍‌ କୁହାଯାଉଥିବାବେଳେ ଆସାମରେ ଏହା ବ୍ରହ୍ମପୁତ୍ର ନାମରେ ଖ୍ୟାତ। ତାପିର ଏ ନେଇ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିଷିଥ ପ୍ରାମାଣିକଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଜରୁରୀ ପଦକ୍ଷେପ ନେବା ନିମନ୍ତେ ଅନୁରୋଧ କରିଛନ୍ତି। ଟୁଇଟରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଭାରତୀୟ ସେନାକୁ ମଧ୍ୟ ଟ୍ୟାଗ୍‌ କରିଛନ୍ତି। ୨୦୨୦ ସେପ୍ଟେମ୍ବରରେ ପିଏଲ୍‌ଏ ସୈନ୍ୟମାନେ ଅରୁଣାଚଳର ଅପର ସୁବାଂସିରି ଜିଲାକୁ ଅନୁପ୍ରବେଶ କରି ୫ ଜଣ ଯୁବକଙ୍କୁ ଅପହରଣ କରି ନେଇଥିଲେ। ସପ୍ତାହେ ପରେ ସେମାନଙ୍କୁ ଛାଡ଼ିଥିଲେ। ପୂର୍ବ ଲଦାଖରେ ୨୦୨୦ ଏପ୍ରିଲଠାରୁ ଭାରତୀୟ ଯବାନ ଓ ଚାଇନା ସୈନ୍ୟ ମୁହାଁମୁହିଁ ସ୍ଥିତିରେ ଥିବାବେଳେ ସଦ୍ୟ ଘଟଣା ସାମ୍‌ନାକୁ ଆସିଛି। ଲଦାଖରୁ ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ଚାଇନା ସହ ୩,୪୦୦ କି.ମି. ଦୀର୍ଘ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri