Posted inଭଦ୍ରକ

ମିଲରଙ୍କୁ ଘେରିଲେ ଚାଷୀ

ପଦ୍ମପୁର, ୨୦।୧ (ଡି.ଏନ.ଏ.)  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲୁଙ୍ଗା ପଞ୍ଚାୟତର ପୁରୁଦା ସେବା ସମବାୟ ସମିତିରେ ଧାନ କଟ୍‌ନୀକୁ ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିବା ସହ ବୁଧବାର ସେମାନେ ମିଲରଙ୍କୁ ଘେରିଥିଲେ। ପ୍ରକାଶ ଯେ, ଜାନୁୟାରୀ ୫ରୁ ଚାଷୀଙ୍କଠାରୁ ଧାନ କିଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଧାର୍ଯ୍ୟ କରାଯାଇଥିଲା। ଏନେଇ ବାସୁଦେବପୁର ବ୍ଲକର ୨୦ ସେବା ସମବାୟ ସମିତି ଓ ୭ ସ୍ବୟଂସହାୟକ ଗୋଷ୍ଠୀ ମଣ୍ଡି ଖୋଲି ଚାଷୀଙ୍କଠାରୁ ଧାନ କିଣିବା ପାଇଁ ଜିଲା ଯୋଗାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ ଧାନ କ୍ରୟ ନିମନ୍ତେ ସହବନ୍ଧିତ ହୋଇଥିବା ମିଲରମାନେ ୮ ପ୍ରତିଶତ ଧାନ କଟ୍‌ନୀ ନ କଲେ କିଣିବେ ନାହିଁ ବୋଲି କହି ଦେଇଥିଲେ। ପୁରୁଦା ସେବା ସମବାୟ ସମିତିରୁ ଧାନ କିଣିବାକୁ ଏକ ମିଲ୍‌ କର୍ମଚାରୀ ଓ ଆର୍‌ଏମ୍‌ସିର କର୍ମଚାରୀ ଆସିଥିବା ବେଳେ କଟ୍‌ନୀକୁ ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରି ମିଲରଙ୍କୁ ଘେରି ଯାଇଥିଲେ। ସରକାର ମନା କରିଥିବା ବେଳେ କେଉଁ ଉଦ୍ଦେଶ୍ୟରେ କଟ୍‌ନୀ କରାଯାଉଛି ବୋଲି ଚାଷୀମାନେ ପ୍ରଶ୍ନ କରିଥିଲେ।
ସମିତିରେ ୫୧୧ଜଣ ଚାଷୀ ଅନ୍‌ଲାଇନ ପଞ୍ଜୀକରଣ କରିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୨୮ ହଜାର କୁଇଣ୍ଟାଲ ଧାନ କ୍ରୟ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଆଗାମୀ ଦିନରେ ଜିଲା ଯୋଗାଣ ବିଭାଗ ଧାନ କଟ୍‌ନୀ ବାବଦରେ କୌଣସି ପଦକ୍ଷେପ ନ ନେଲେ ଆନ୍ଦୋଳନ କରିବେ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ...

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri