Posted inଭଦ୍ରକ

‘ରାସ୍ତା ନାହିଁ ତ ଭୋଟ ନାହିଁ’

ବାସୁଦେବପୁର, ୨୦।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ଚାରିଟିକିରିଆ ରାଜସ୍ବ ଗ୍ରାମ ୯ ନଂ. ୱାର୍ଡକୁ ସ୍ଥାୟୀ ରାସ୍ତା ନାହିଁ। ଏନେଇ ଗ୍ରାମବାସୀ ଏକାଠି ହୋଇ ଚଳିତ ପଞ୍ଚାୟତ ନିର୍ବାଚନରେ ଭୋଟ୍‌ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗ୍ରାମବାସୀଙ୍କ ସ୍ବାକ୍ଷର ସମ୍ବଳିତ ଏକ ଦାବିପତ୍ର ବୁଧବାର ଅପରାହ୍ନରେ ବ୍ଲକ କାର୍ଯ୍ୟାଳୟରେ ବିଡିଓଙ୍କୁ ପ୍ରଦାନ କରାଯାଇଛି। ଗ୍ରାମକୁ ରାସ୍ତା ନ ଥିବାରୁ ଏହାର ପ୍ରତିବାଦରେ ବାଧ୍ୟହୋଇ ଗ୍ରାମବାସୀ ଏଭଳି ନିଷ୍ପତ୍ତି ନେଇଥିବା ଦାବିପତ୍ରରେ ଉଲ୍ଲେଖ କରିଛନ୍ତି।
ସମ୍ପର୍କରେ ୨୦୧୯ ଅକ୍ଟୋବର ୧ରେ ଗ୍ରାମବାସୀ ମୁଖ୍ୟମନ୍ତ୍ରୀ, ରାଜସ୍ବ ବିଭାଗ ସଚିବ, ଆର୍‌ଡିସି କଟକ, ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ତହସିଲଦାରଙ୍କୁ ଅବଗତ କରିଥିଲେ ମଧ୍ୟ ଅଦ୍ୟାବଧି ଗଁାକୁ ରାସ୍ତା ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ଗ୍ରାମବାସୀ ମଦନ ଗିରି, ଦୀପକ ଦଳେଇ, ଭବେଶ କୁମାର ଗିରି, ଦିବାକର ଦାସ, ଉମାକାନ୍ତ ଦାସ, ମନଦୀପ ମଣ୍ଡଳ, ନୀଳକଣ୍ଠ ଗୁଡ଼ିଆ ପ୍ରମୁଖ ବିଡିଓଙ୍କୁ ଦାବିପତ୍ର ଦେଇ କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରକାଶ ଥାଉକି, ଉକ୍ତ ଗ୍ରାମରେ ୫ ଶହରୁ ଊର୍ଦ୍ଧ୍ୱ ଲୋକେ ଦୀର୍ଘ ବର୍ଷ ଧରି ବସବାସ କରି ଆସୁଥିବା ବେଳେ ସ୍ଥାୟୀ ରାସ୍ତା ନ ଥିବାରୁ ଯାତାୟାତ ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri