ଏଇ ଭାରତରେ

ମା’ଓ ପୁଅ ସମ୍ପର୍କ ଅତି ନିବିଡ଼। ପୁଅ ପାଇଁ ମା’ ଜୀବନକୁ ବାଜି ଲଗାଇପାରେ। ମା’ର ସ୍ନେହଳ ଡାକରେ ରହିଛି ଚମତ୍କାରିତା। ମା’ଙ୍କ ବିକଳ କାନ୍ଦରେ ବ୍ରେନ୍‌ଡେଡ୍‌ ପୁଅ ଆଖିରୁ ବୋହିଲା ଲୁହ। ଏହାର ସଦ୍ୟତମ ଉଦାହରଣ ତେଲେଙ୍ଗାନା ସୂର୍ଯ୍ୟାପେଟ୍‌ ଜିଲାରେ ଦେଖିବାକୁ ମିଳିଛି। ସ୍ଥାନୀୟ ପିଲ୍ଲାଲମେରୀ ଗାଁରେ ବାସ କରୁଥିବା ୧୮ ବର୍ଷ ବୟସ୍କ ଗନ୍ଧମ୍‌ କିରନ୍‌ଙ୍କୁ ଜୁନ୍‌ ୨୬ରେ ଜ୍ୱର ହୋଇଥିଲା। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଜୁନ୍‌ ୨୮ରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ହାଇଦ୍ରାବାଦ୍‌ର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଜୁଲାଇ ୩ରେ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ବ୍ରେନ୍‌ଡେଡ୍‌ ଘୋଷଣା କରି ତାଙ୍କଠାରୁ ସମସ୍ତ ଲାଇଫ୍‌ ସପୋର୍ଟ ଉପକରଣ ହଟାଇ ଦେଇ ଘରକୁ ପଠାଇ ଦେଇଥିଲେ। ଘରେ ପରିବାର ସଦସ୍ୟ ଅନ୍ତିମ ସଂସ୍କାର ପାଇଁ ପ୍ରସ୍ତୁତ ହେଉଥିଲାବେଳେ ପୁଅ ନିକଟରେ ବସି ମା’ ବିକଳରେ କାନ୍ଦିବାକୁ ଲାଗିଥିଲେ। ମା’ଙ୍କ କାନ୍ଦରେ ହଠାତ୍‌ ଗନ୍ଧମ୍‌ଙ୍କ ଆଖିରୁ ଲୁହ ବୋହିବା ଆରମ୍ଭ କରିଥିଲା। ଏନେଇ ପରିବାର ସଦସ୍ୟ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗ କରିବା ସହିତ ଗନ୍ଧମ୍‌ଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଏହାପରେ ତାଙ୍କର ସ୍ଥିିତିରେ ପରିବର୍ତ୍ତନ ଘଟି ଧୀରେ ଧୀରେ ସେ ସ୍ବାଭାବିକ ଅବସ୍ଥାକୁ ଫେରୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଶିକ୍ଷା ଓ ଶିକ୍ଷକ

ଶିକ୍ଷା ହେଉଛି ଗୋଟିଏ ଦେଶର ସବୁଠୁ ମୌଳିକ ଓ ଶକ୍ତିଶାଳୀ ସାମାଜିକ ଭିତ୍ତିଭୂମି। ଏହା କେବଳ ପାଠପଢ଼ା, ପରୀକ୍ଷା, ସାର୍ଟିଫିକେଟ କିମ୍ବା ଚାକିରି ପାଇବାର ଉପାୟ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

ସଙ୍କଟରେ ଗ୍ରାମୀଣ ଶ୍ରମିକଙ୍କ ରୋଜଗାର

ବହୁଚର୍ଚ୍ଚିତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମାଞ୍ଚଳ ରୋଜଗାର ଗ୍ୟାରେଣ୍ଟି ଆଇନ ବା ଏମ୍‌ଜିଏନ୍‌ଆର୍‌ଇଜିଏ କୁ ସମାପ୍ତ କରି ତା’ ସ୍ଥାନରେ ‘ବିକଶିତ ଭାରତ ରୋଜଗାର ଓ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri