ପ୍ରାର୍ଥୀ ହେବାରୁ ଧାନଗଦା ଜାଳିଦେଲେ

ତିଗିରିଆ, ୨୩।୧ (ଡି.ଏନ୍‌.ଏ.): ତିଗିରିଆ ଥାନା ଅନ୍ତର୍ଗତ ଅଚଳକୋଟ ପଞ୍ଚାୟତରେ ସରପଞ୍ଚ ପଦବୀରେ ନାମାଙ୍କନପତ୍ର ଦାଖଲ ପରେ ରାଜନୈତିକ ଆକ୍ରୋଶ ଦେଖିବାକୁ ମିଳିଛି। ଏହି ପଞ୍ଚାୟତ ଅନ୍ତର୍ଗତ ବଡ଼ପାଟଣା ଗ୍ରାମର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସ୍ତ୍ରୀ ପ୍ରାର୍ଥିପତ୍ର ଦାଖଲ କରିବାରୁ ତାଙ୍କ ୨ ଏକର ଜମିରୁ ଅମଳ ହୋଇଥିବା ଧାନ ଗଦାରେ ଶନିବାର କୌଣସି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ଥାନାରେ ଅଭିଯୋଗ ହୋଇଛି। ସମ୍ପୃକ୍ତ ପ୍ରାର୍ଥୀ ଜଣକ ହେଲେ ସୁଜାତା ସ୍ବାଇଁ। ସ୍ବାମୀ ଧ୍ରୁବଚରଣ ସ୍ବାଇଁ ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ସୁଜାତା ପ୍ରାର୍ଥତ୍ପତ୍ର ଦାଖଲ କରିବା ପରେ କେତେଜଣ ବିରୋଧୀ ତାଙ୍କ ଘରକୁ ଆସି ଗାଳିଗୁଲଜ କରିବା ସହ ପ୍ରାର୍ଥତ୍ତ୍ୱ ପ୍ରତ୍ୟାହାର ନ କଲେ ପରିସ୍ଥିତି ଭୟାନକ ହେବ ବୋଲି କହିଥିଲେ। ଏପରିକି ଘରଦ୍ୱାର ଜାଳି ଦିଆଯିବ ବୋଲି ଧମକ ଦେଇଥିଲେ। ଶନିବାର ଭୋର ସମୟରେ ଧ୍ରୁବଚରଣ ଚାଲିବା ପାଇଁ ବାହାରକୁ ଯାଇଥିବା ବେଳେ ତାଙ୍କର ଧାନଗଦାରେ ନିଆଁ ଲାଗିଥିବା ଖବର ପାଇ ତିଗିରିଆ ଦମକଳ ବାହିନୀକୁ ଜଣାଇଥିଲେ। ଏହାପରେ ଦମକଳ କର୍ମଚାରୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲେ। ମାତ୍ର ସେତେବେଳକୁ ସବୁ ଧାନ ଜଳିଯାଇଥିଲା। ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛି ବୋଲି ଆଇଆଇସି ସୁଚିତ୍ରା ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri