ବିଦେଶୀ ପ୍ରଶଂସକଙ୍କ ପାଇଁ ସ୍ପେଶାଲ ଉପହାର ପଠାଇଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାଁଙ୍କର ଦେଶ ତଥା ବିଦେଶରେ ରହିଛନ୍ତି ଅନେକ ପ୍ରଶଂସକ । ନିକଟରେ ତାଙ୍କର ଜଣେ ବିଦେଶୀ ପ୍ରଶଂସକଙ୍କୁ ସେ ଏକ ବିଶେଷ ଉପହାର ପଠାଇଛନ୍ତି । ପ୍ରଶଂସକ ଜଣଙ୍କ ଜଣେ ଭାରତୀୟ ମହିଳାଙ୍କୁ ସାହାଯ୍ୟ କରଥିଲେ । ସୂଚନାଯୋଗ୍ୟ, ଇଜିପ୍ଟ ମିଶରର ଜଣେ ନାଗରିକ ଅସୁବିଧାରେ ପଡିଥିବା ଜଣେ ଭାରତୀୟ ମହିଳାଙ୍କୁ ସାହାଯ୍ୟ କରିଥିଲେ । ଭାରତୀୟ ମହିଳା ଜଣଙ୍କ ଟେକନିକାଲ ଡିଫଲ୍ଟ ଯୋଗୁ ଟଙ୍କା ଟ୍ରାନସଫର କରିପାରୁ ନ ଥିଲେ ଓ ଟିକେଟ ବୁକ୍ କରିପାରୁ ନ ଥିଲେ । ଇଜିପ୍ଟର ଜଣେ ଏଜେଣ୍ଟ ଉକ୍ତ ମହିଳାଙ୍କୁ ସାହାଯ୍ୟ କରିଥିଲେ । ସେ ପଚାରିଥିଲେ ତୁମେ ଶାହାରୁଖ ଖାଁଙ୍କ ଦେଶର, ସେଥିପାଇଁ ତୁମ ଉପରେ ଭରସା କରୁଛି । ଆଉ ଏବେ ଏହା କାହାଣୀ ହୋଇଯାଇଛି ।
ଏବେ କିଙ୍ଗ ଖାନ୍ ତାଙ୍କର ଏହି ଇଜିପ୍ଟିଆନ୍ ପ୍ରଶଂସକଙ୍କ ପାଇଁ ନିଜର ସାଇନ୍ ଥିବା ଏକ ଫଟୋ ଓ ଏକ ପର୍ସନାଲ ନୋଟ ଲେଖି ପଠାଇଛନ୍ତି । ଅଶ୍ୱିନୀ ଦେଶପାଣ୍ଡେ ନାମକ ମହିଳା ପ୍ରଫେସର ଜଣଙ୍କ ଶନିବାର ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ମହିଳା ଲେଖିଛନ୍ତି ଶାହାରୁଖ ଖାଁ ଘଟଣାକୁ ଗୁରୁତ୍ୱ ଦେବା ସହ ଉକ୍ତ ପ୍ରଶଂସକଙ୍କ ନିକଟକୁ ଅଟୋଗ୍ରାଫ ଥିବା ଏକ ଫଟୋ ଓ ଏକ ହ୍ୟାଣ୍ଡରିଟିନ ନୋଟ ପଠାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri