ଭୋଟର ତାଲିକାରୁ ବାଦ୍‌ ୫୪

ଭଦ୍ରକ ଅଫିସ, ୨୫ ।୧ ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କେଦାରପୁର ପଞ୍ଚାୟତର ୧ ନଂ. ୱାର୍ଡ ପରିବିନ୍ଧା ରସାଳପୁର ଗ୍ରାମର ୫୪ ଜଣଙ୍କ ନଁା ଭୋଟର ତାଲିକାରୁ ବାଦ୍‌ ପଡ଼ିଛି। ଏନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରି ସାମ୍ବିଧାନିକ ଅଧିକାର ପାଇଁ ସୋମବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ବିଧାନସଭା ଭୋଟର ତାଲିକାରେ ୱାର୍ଡର ସମସ୍ତ ଭୋଟରଙ୍କ ନଁା ଥିଲା। ହେଲେ ୨୦୨୨ରେ ନୂତନ ପଞ୍ଚାୟତ ଭୋଟର ତାଲିକାରୁ ୫୪ ଜଣଙ୍କ ନଁା କଟିଯାଇଛି। ପଞ୍ଚାୟତର ଜଣେ ଅଧିକାରୀ ଚଞ୍ଚକତା ପୂର୍ବକ ଅନ୍ୟ ୱାର୍ଡର ୫୪ ଭୋଟରଙ୍କ ନାମ ଦରଜ କରିବା ସହ ଭୋଟର ତାଲିକାର ଡ୍ରାଫ୍ଟ ପବ୍ଲିକେଶନ ସର୍ବସାଧାରଣରେ ନ କରାଇ ସେମାନଙ୍କ ନାମ କାଟି ଦେଇଛନ୍ତି। ଚୂଡ଼ାନ୍ତ ତାଲିକାରୁ ସେମାନେ ଜାଣିବାକୁ ପାଇଥିବା ବେଳେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମତଦାନରୁ ବଞ୍ଚତ୍ତ ହେବେ। ଏ ସମ୍ପର୍କରେ ସେମାନେ ଜିଲାପାଳ ଓ ଭଦ୍ରକ ବ୍ଲକ ନିର୍ବାଚନ ଅଧିକାରୀଙ୍କୁ ଅବଗତ କରିଛନ୍ତି। ଯଥାଶୀଘ୍ର ଜିଲା ପ୍ରଶାସନ ଏହାକୁ ଗୁରୁତ୍ୱ ଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଆନ୍ଦୋଳାତ୍ମକ ପନ୍ଥା ତଥା ଆମରଣ ଅନଶନ କରିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri