Posted inଖେଳ

‘ଦେଶ ଆଗ, ଫୋନ୍‌ରେ ପରସ୍ପର କଥା ହୋଇ ଝଗଡା ଶେଷ କର’

ନୂଆଦିଲ୍ଲୀ,୨୬।୧: କିଛି ଦିନ ହେବ ଭାରତୀୟ କ୍ରିକେଟରେ ସବୁ କିଛି ଠିକ ନାହିଁ। ବିରାଟ କୋହଲି ଟି-୨୦ ଏବଂ ଟେଷ୍ଟର ଅଧିନାୟକତ୍ୱରୁ ଓହରିଯିବା ଏବଂ ତାଙ୍କୁ ଦିନିକିଆର ଅଧିନାୟକତ୍ୱରୁ ହଟାଇ ଦିଆଯିବା ଘଟଣାକୁ ନେଇ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଟି -୨୦ ଫର୍ମାଟର ଅଧିନାୟକତ୍ୱ ଛାଡିବାକୁ ନେଇ ବିରାଟ କୋହଲି ଏବଂ ବିସିସିଆଇ ମୁଖ୍ୟ ସୌରଭ ଗାଙ୍ଗୁଲିଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏହି ସମୟ ମଧ୍ୟରେ ପୂର୍ବତନ ଭାରତୀୟ ଅଧିନାୟକ କପିଳ ଦେବ ମଧ୍ୟ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ବିସିସିଆଇ ଏବଂ ବିରାଟ କୋହଲି ଏକାଠି ବସି କଥା ହେବା ଉଚିତ୍‌। ଦୁହେଁ ଅତୀତକୁ ଭୁଲି ଭାରତୀୟ କ୍ରିକେଟର ଉନ୍ନତି ପାଇଁ କାର୍ଯ୍ୟ କରନ୍ତୁ ବୋଲି ସେ କହିଛନ୍ତି।
କପିଲ ଦେବ ବିଶ୍ୱାସ କରନ୍ତି ଯେ କୋହଲି କୌଣସି କାରଣରୁ ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି କିନ୍ତୁ ଭାରତୀୟ କ୍ରିକେଟରେ ତାଙ୍କର ବହୁତ ଅବଦାନ ଅଛି ଏବଂ ତାଙ୍କ ନିଷ୍ପତ୍ତିକୁ ସମ୍ମାନ ଦେବା ଉଚିତ୍‌। ଯେତେବେଳେ କୋହଲି ଭାରତୀୟ ଦଳର ଦାୟିତ୍ୱ ଗ୍ରହଣ କରିଥିଲେ, ସେତେବେଳେ ଆଇସିସି ଟେଷ୍ଟ ମାନ୍ୟତାରେ ଭାରତ ସପ୍ତମ ସ୍ଥାନରେ ରହିଥିଲା। ଏବଂ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଦଳକୁ ବିଶ୍ୱର ଏକ ନମ୍ବର ଦଳ କରିବା ଏବଂ ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଇଂଲଣ୍ଡରେ ଟେଷ୍ଟ ସିରିଜ ଜିତିବା କୋହଲିଙ୍କ ମାନଦଣ୍ଡ ଅଟେ। ସେଗୁଡିକ ବହନ କରିବା ପ୍ରକୃତରେ ତାଙ୍କ ଉତ୍ତରାଧିକାରୀଙ୍କ ପାଇଁ ଏକ ବଡ଼ ଆହ୍ବାନ। ବିରାଟ ବିସିସିଆଇ ସହିତ ଟିକେ ଅଧିକ ସଂଯମ ହେବା ଉଚିତ। ଯଥାଶୀଘ୍ର ସମସ୍ୟାର ସମାଧାନ କରିବା ପାଇଁ ଫୋନ ଉଠାନ୍ତୁ, ପରସ୍ପର ସହ କଥା ହୁଅନ୍ତୁ, ଦେଶ ଏବଂ ଦଳକୁ ଆଗରେ ରଖନ୍ତୁ ବୋଲି କପିଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri