ଭାରରେ ୧୨କି.ମି. ବୋହି ଆଣିବା ପରେ ମିଳିଲା ସ୍ବାସ୍ଥ୍ୟସେବା

ମାଲକାନଗିରି, ୨୬।୧ (ଡି.ଏନ.ଏ.) – ରାଜ୍ୟ ଓ କେନ୍ଦ୍ର ସରକାର ଜନସାଧାରଣଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ବହୁ ଅର୍ଥ ବ୍ୟୟ କରୁଛନ୍ତି। ମାତ୍ର ବାସ୍ତବତା ଏହାଠାରୁ ବହୁଦୂରରେ। କେଉଁଠି ଡାକ୍ତରଖାନାରେ ଚିକିତ୍ସା ଅଭାବରୁ ରୋଗୀଙ୍କ ମୃତ୍ୟୁ ହେଉଛି ତ କେଉଁଠି ରାସ୍ତା ନ ଥିବାରୁ ରୋଗୀ ପାଖରେ ପହଞ୍ଚତ୍ପାରୁନି ଆମ୍ବୁଲାନ୍ସ। ପରିବାର ଲୋକେ ବାଧ୍ୟହୋଇ କାଉଡ଼ି ଅବା ଖଟିଆରେ ରୋଗୀଙ୍କୁ ବୋହି ନେଉଛନ୍ତି ଡାକ୍ତରଖାନା। ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟିରେ ମଙ୍ଗଳବାର ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି। ବଣ୍ଡାଘାଟିର ବେଲଗୁଡ଼ା ଗ୍ରାମର ସମ୍ବାରି କିର୍ସାନିଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ ଡାକ୍ତରଖାନା ନେବା ସମସ୍ୟା ହୋଇଥିଲା। କାରଣ ଘାଟି ଅଞ୍ଚଳ ରୂପେ ପରିଚିତ ଉକ୍ତ ଗ୍ରାମକୁ ରାସ୍ତା ନ ଥିଲା। ମୋବାଇଲ ସେବା ମଧ୍ୟ ନ ଥିବାରୁ ପରିବାର ଲୋକେ ଏବଂ ଗ୍ରାମବାସୀ ଏକ କାଉଡ଼ି ଓ ଝୁଡ଼ିରେ ସମ୍ବାରିଙ୍କୁ ବସାଇ ଦୀର୍ଘ ୧୨ କି.ମି. ବୋହି ଆଣି ମୁଦୁଲିପଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସମ୍ବାରିଙ୍କୁ ମୁଦୁଲିପଡ଼ାରୁ ଆମ୍ବୁଲାନ୍ସ ଯୋଗେ ଖଇରପୁଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଡାକ୍ତର ସ୍ଥାନାନ୍ତର କରିଥିଲେ। ଏବେ ସମ୍ବାରି ଖଇରପୁଟ ସ୍ବାସ୍ଥ୍ୟକେନ୍ଦ୍ରରେ ସୁସ୍ଥ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri