ସ୍ବାଭିମାନ ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ

ଚିତ୍ରକୋଣ୍ଡା,୨୬ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଥାନାରେ ପାଳିତ ହୋଇଛି ୭୩ତମ ସାଧାରଣତନ୍ତ୍ର ଦିବସ। ଓଡିଶା ପୋଲିସ ଓ ସୀମା ସୁରକ୍ଷା ବାହିନୀ ମିଳିତ ଆନୁକୂଲ୍ୟରେ ଯୋଡ଼ାମ୍ବ ଥାନାଧିକାରୀ ଅନିଲ କୁମାର ପରିଡ଼ାଙ୍କ ନେତୃତ୍ୱରେ ପାଳନ କରାଯାଇଛି l ସେହିପରି ସ୍ବାଭିମାନ ଅଞ୍ଚଳ ପାପରମେଟେଲା ଥାନା ଆନୁକୂଲ୍ୟରେ ଥାନାଧିକାରୀ ଚନ୍ଦ୍ରକାନ୍ତି ତାଣ୍ଡିଙ୍କ ନେତୃତ୍ୱରେ ଗୁରୁପ୍ରିୟା ସେତୁ ଉପରେ ୭୩ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଥିବା ବେଳେ ସ୍ବାଭିମାନ ଅଞ୍ଚଳର ଗୋରାସେତୁ, ଘନବେଢା ଓ ହାଟଗୁଡ଼ା ବିଏସ୍‌ଏସ୍‌ କ୍ୟାମ୍ପରେ ସାଧାରଣତନ୍ତ୍ର ଦିବସ ପାଳନ କରାଯିବା ସହିତ ଚିତ୍ରକୋଣ୍ଡା ଖେଳ ପଡ଼ିଆଠାରେ ତହସିଲଦାର ଟି. ପଦ୍ମନାଭ ଦୋରାଙ୍କ ଦାରା ପାଳିତ ହୋଇଛି। ଚିତ୍ରକୋଣ୍ଡା ବ୍ଲକ କାର୍ଯ୍ୟାଳୟ, ଥାନା, ବନାଞ୍ଚଳ, ଚିତ୍ରକୋଣ୍ଡା ମାଟିବନ୍ଧ ପ୍ରକଳ୍ପ, କୋଷାଗାର, ଉପଖଣ୍ଡ ଚିକିତ୍ସାଳୟ, ସାମ୍ବାଦିକ ସଂଘ କାର୍ଯ୍ୟାଳୟ, ବ୍ୟାଙ୍କ ଓ ସମସ୍ତ ଛୋଟବଡ଼ ଶିକ୍ଷାନୁଷ୍ଠାନ ତଥା ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନରେ କରୋନା କଟକଣା ମଧ୍ୟରେ ପାଳିତ ହୋଇଛି ସାଧାରଣତନ୍ତ୍ର ଦିବସ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri