ରାତିରେ ଭାଜପା, ସକାଳେ ବିଜେଡି

ସମ୍ବଲପୁର,୨୮ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ଚୂଡାନ୍ତ ତାଲିକା ପ୍ରକାଶ ପାଇବା ପରେ ରେଢାଖୋଲ ନିର୍ବାଚନ ମଣ୍ଡଳୀରେ ଘଡିକେ ଘୋଡା ଛୁଟିବା ସ୍ଥିତି ଦେଖିବାକୁ ମିଳିଛି। ବିଜେଡି ନେତା ରାତିରେ ଭାଜପାରେ ମିଶିବା ପରେ ସକାଳେ ପୁଣି ଦଳକୁ ଫେରିବା ଘଟଣା ସମ୍ବଲପୁରରେ ଆଲୋଚନାର ବିଷୟ ହୋଇଛି। ସୂଚନା ଅନୁଯାୟୀ ଜାନୁୟାରୀ ୧୮ରେ ଘେନୁପାଲି ପଞ୍ଚାୟତର ବିଜେଡି ସଭାପତି ଅନନ୍ତ ବେହେରା ଶତାଧିକ ସମର୍ଥକଙ୍କ ସହ ଭାଜପାରେ ଯୋଗଦେଇଥିଲେ। ସେ ସମୟରେ ଭାଜପାର ନୀତି ଆଦର୍ଶରେ ଅନୁପ୍ରାଣୀତ ହୋଇ ସେ ଦଳରେ ଯୋଗ ଦେଇଥିବା କହିଥିଲେ। ରାତିରେ ଏହି ଖବର ସବୁଆଡେ ପ୍ରଚାର ହୋଇଗଲା। ଏପରି କି ବିଧାୟକ ତଥା ସରକାରୀ ଦଳ ଉପମୁଖ୍ୟ ସଚେତକ ରୋହିତ ପୂଜାରୀଙ୍କ ପାଖରେ ପହଞ୍ଚତ୍ଥିଲା। ରାତିଅଧିଆ ବିଜେଡିର ନେତା ଓ କର୍ମୀ ଅନନ୍ତଙ୍କ ପାଖରେ ପହଞ୍ଚି ବୁଝାଶୁଝା କରିଥିଲେ। ପରେ ସମ୍ବଲପୁର ସାଖିପଡାସ୍ଥିତ ବିଧାୟକ ପୂଜାରୀଙ୍କ ବାସଭବନରେ ସେ ପୁଣି ଦଳକୁ ଫେରିଥିଲେ। ଅନ୍ୟ ଏକ ଘଟଣାକ୍ରମେ ବିଜେଡି କର୍ମୀ ତଥା ଧମାର ପୂର୍ବତନ ସମିତି ସଭ୍ୟ ଦଳଗଞ୍ଜନ ସେଠ ସମିତି ସଭ୍ୟ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ହେଲେ ଆଉ ଜଣେ ବିଜେଡି ସମର୍ଥିତ ପ୍ରାର୍ଥୀ ଏହି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିବାକୁ ନେଇ ସେ ଅସନ୍ତୁଷ୍ଟ ରହିଥିଲେ। ଏପରିସ୍ଥଳେ ସେ ଭାଜପା ନେତାଙ୍କ ସଂସ୍ପର୍ଶରେ ଆସି ଜାନୁୟାରୀ ୨୫ରେ କଚେରୀସ୍ଥିତ ଭାଜପା କାର୍ଯ୍ୟାଳୟରେ ଦଳରେ ଯୋଗଦାନ କରିଥିଲେ। ଜିଲା ସଭାପତି ଗିରିଶ ପଟେଲ, ଦେବେନ୍ଦ୍ର ମହପାତ୍ର, ରମେଶ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଖବର ପାଇ ରାତିଅଧିଆ ବିଜେଡି ନେତା ଓ କର୍ମକର୍ତ୍ତା ଦଳଗଞ୍ଜନଙ୍କୁ ବୁଝାଇବାରେ ସକ୍ଷମ ହୋଇଥିଲେ। ପରଦିନ ସକାଳେ ବିଧାୟକ ପୂଜାରୀଙ୍କ ଘରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଘର ବାହୁଡା କରିଥିଲେ। ଏଭଳି ଘଟଣାକୁ ନେଇ ଏବେ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri