ରାତାରାତି ବଦଳିଗଲା ନିର୍ବାଚନୀ ଚିହ୍ନ

ବରଗଡ଼ ଅଫିସ୍‌,୨୯।୧: ପଞ୍ଚାୟତ ଭୋଟ୍‌କୁ ନେଇ ବରଗଡ଼ ଜିଲାରେ ଘଡ଼ିକେ ଘୋଡ଼ା ଛୁଟୁଛି। ଜିଲାର ଅମ୍ବାଭୋନା ବ୍ଲକର ଜିଲା ପରିଷଦ ଜୋନ-୨ରୁ କଂଗ୍ରେସ ଓ ଭାଜପା ପ୍ରାର୍ଥିନୀ ନାମାଙ୍କନ ପ୍ରତ୍ୟାହାର କରିବା ପରେ ସହଜରେ ବିଜେଡ଼ି ଏହି ଆସନକୁ ହାତେଇ ପାରିଛି ଏବଂ ଏହି ଆସନରୁ ରାଜ୍ୟରେ ପଞ୍ଚାୟତ ଭୋଟ୍‌ରେ ବିଜେଡ଼ି ଖାତା ଖୋଲିଛି। ଏହି ଘଟଣାକୁ ନେଇ ଚର୍ଚ୍ଚା ଥମି ନ ଥିବାବେଳେ ଉକ୍ତ ବ୍ଲକ ଅନ୍ତର୍ଗତ ଲଖନପୁର ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀ ସୀମାନ୍ତ କୁମାର ସାହୁଙ୍କ ନିର୍ବାଚନୀ ଚିହ୍ନ ରାତାରାତି ବଦଳିଯିବା ଏବେ ଆଲୋଚନାର ବିଷୟ ହୋଇଛି। ଏ ନେଇ ଶୁକ୍ରବାର ସରପଞ୍ଚ ପ୍ରାର୍ଥୀ ସୀମାନ୍ତ ବରଗଡ଼ ଉପଜିଲାପାଳ ଶୁଭେନ୍ଦ୍ର କୁମାର ସାମଲଙ୍କ ନିକଟରେ ଫେରାଦ ହୋଇ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏହାର ବିଧିବଦ୍ଧ ତଦନ୍ତ କରିବାକୁ ସେ ନିବେଦନ କରିଛନ୍ତି।
ପ୍ରକାଶ ଯେ, ଲଖନପୁର ପଞ୍ଚାୟତର ସରପଞ୍ଚ ଆସନ ପାଇଁ ୫ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ଗତ ୨୫ତାରିଖରେ ପ୍ରଥମେ ପ୍ରକାଶିତ ସରପଞ୍ଚ ପ୍ରାର୍ଥୀଙ୍କ ନିର୍ବାଚନୀ ଚିହ୍ନ ତାଲିକାରେ ପ୍ରାର୍ଥୀ ସୀମାନ୍ତଙ୍କୁ ଖୋଲାଛତା ଚିହ୍ନ ମିଳିଥିଲା ଏବଂ ସେ ନେଇ ପଞ୍ଚାୟତ ନୋଟିସ ବୋର୍ଡ଼ରେ ମଧ୍ୟ ଉଲ୍ଲେଖ ରହିଥିବା ସୀମାନ୍ତ କହିଛନ୍ତି। ଏହାପରେ ସେ ସେହି ଚିହ୍ନକୁ ନେଇ ବ୍ୟାନର, ପୋଷ୍ଟର ଛାପିଥିବାବେଳେ ତାଙ୍କ ସମର୍ଥକଙ୍କୁ ଖୋଲାଛତାରେ ପ୍ରଚାର କରିବାକୁ କହିଥିବା ସୀମାନ୍ତ ପ୍ରକାଶ କରିଛନ୍ତି। ପରବର୍ତ୍ତୀ ସମୟରେ ତାହା ପରିବର୍ତ୍ତନ କରାଯାଇ ଅନ୍ୟ ଏକ ତାଲିକାରେ ସୀମାନ୍ତଙ୍କୁ ଲଙ୍ଗଳ ଚିହ୍ନ ମିଳିଥିବା ନେଇ ଉଲ୍ଲେଖ ରହିଛି ଏବଂ ଏହାକୁ ନେଇ ତାଙ୍କ ସମର୍ଥକ ତଥା ଭୋଟରମାନେ ଦ୍ୱନ୍ଦ୍ୱରେ ପଡ଼ିଥିବା ସେ କହିଛନ୍ତି। ଏ ଦିଗରେ ବିହିତ ପଦକ୍ଷେପ ନେବାକୁ ସେ ଉପଜିଲାପାଳଙ୍କୁ ନିବେଦନ କରିଛନ୍ତି। ଏହି ପଞ୍ଚାୟତର ଅନ୍ୟ ୨ପ୍ରାର୍ଥୀଙ୍କ ନିର୍ବାଚନୀ ଚିହ୍ନ ବଦଳିଥିବା ସୂଚନା ମିଳିଛି। ଏ ସମ୍ପର୍କରେ ବିଧିବଦ୍ଧ ତଦନ୍ତ କରି ବିହିତ ପଦକ୍ଷେପ ନିଆଯିବ ବୋଲି ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri