୧୬ରେ ବିବାହ, ୧୭ରେ ମା’; ୨ ବର୍ଷରେ ଛାଡ଼ପତ୍ର; ଚର୍ଚ୍ଚାରେ ଥିଲା ‘କୋମଲିକା’ଙ୍କ ଜୀବନ

ବମ୍ବେ: ନାୟିକା ନୁହେଁ ବରଂ ଖଳନାୟିକା ଭାବେ ଖ୍ୟାତି ଅର୍ଜନ କରିଛନ୍ତି ଲୋକପ୍ରିୟ ଟେଲି ଅଭିନେତ୍ରୀ ଉର୍ବଶୀ ଢ଼ୋଲକିଆ। ଆଜି ବି ଦର୍ଶକ ତାଙ୍କର ଚରିତ୍ର ‘କୋମଲିକା’କୁ ବେଶ୍‌ ପସନ୍ଦ କରନ୍ତି। ଅଭିନୟକୁ ନେଇ ଉର୍ବଶୀ ଯେତେ ଚର୍ଚ୍ଚିତ ତା’ଠାରୁ ଅଧିକ ସେ ବ୍ୟକ୍ତିଗତ ଜୀବନକୁ ନେଇ। ୧୬ ବର୍ଷ ବୟସରେ ତାଙ୍କର ବିବାହ ହୋଇଥିଲା। ୧୭ ବର୍ଷ ହୋଇଥିବା ବେଳେ ସେ ଜାଆଁଳା ସନ୍ତାନର ଜନନୀ ହୋଇଥିଲେ। ଉଭୟଙ୍କ ନାମ ସେ ସାଗର ଏବଂ କ୍ଷିତିଜ୍‌ ରଖିଥିଲେ। ବିବାହର ଦୁଇ ବର୍ଷ ପରେ ସେ ନିଜ ସ୍ବାମୀଙ୍କଠାରୁ ଅଲଗା ହୋଇଯାଇଥିଲେ। ଏହାପରେ ଉର୍ବଶୀ କେବେହେଲେ ବିବାହ କରିବେ ନାହିଁ ବୋଲି ନିଷ୍ପତ୍ତି ନେଇଥିଲେ।

ଉର୍ବଶୀଙ୍କ ନାମ କିନ୍ତୁ ଏକାଧିକ ଲୋକଙ୍କ ସହ ଯୋଡ଼ାଯାଇଛି। ପ୍ରଥମେ ତାଙ୍କ ନାମ ଅଭିନେତା ଅନୁଜ ସଚଦେବାଙ୍କ ସହ ଯୋଡ଼ା ଯାଇଥିଲା। ଉଭୟ କିଛି ଦିନ ପରସ୍ପରକୁ ଡେଟ୍‌ କରିଥିଲେ। ହେଲେ ପରେ ସେମାନଙ୍କ ବ୍ରେକ୍‌ଅପ୍‌ ହୋଇଯାଇଥିଲା। ଅନୁଜଙ୍କ ସହ ସେ ‘ନଚ ବଲିୟେ’ରେ ନଜର ଆସିଥିଲେ। ପରେ ଉର୍ବଶୀଙ୍କ ନାମ ଜଣେ ବ୍ୟବସାୟୀଙ୍କ ସହ ଯୋଡ଼ା ଯାଇଥିଲା। ହେଲେ ଏହା ଗୁଜବ ବୋଲି ସେ ସ୍ପଷ୍ଟିକରଣ ଦେଇଥିଲେ।

ଦୀର୍ଘ ଦିନରୁ ଛୋଟ ପରଦାରୁ ଦୂରେଇ ଯାଇଥିଲେ ହେଁ ଏବେ ଉର୍ବଶୀ ପୁଣି ଫେରୁଛନ୍ତି। ଖୁବ୍‌ଶୀଘ୍ର ତାଙ୍କୁ କର୍ଲସ ଚ୍ୟାନେଲରେ ପ୍ରସାରିତ ହେବାକୁ ଥିବା ‘ନାଗିନ୍‌-୬’ ଧାରାବାହିକରେ ଦେଖିବାକୁ ମିଳିବ। ଏହା ଜଣା ପଡ଼ିବା ପରେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ ମହିଳା: ଧୋକା ମିଳିବା ପରେ ପୁଣି ଫେରିଲେ ଶାଶୁଘରକୁ, ତା’ପରେ ଯାହା ଘଟିଲା…

ଇନ୍ଦୋର,୨୦।୧୨: ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ପ୍ରଥମେ ତାଙ୍କ ସ୍ବାମୀଙ୍କୁ ପ୍ରତାରଣା କରିଥିଲେ ଏବଂ ପରେ ନିଜେ ପ୍ରତାରଣାର ଶିକାର ହୋଇଥିଲେ। ସେ ତାଙ୍କ ପ୍ରେମିକ...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ନୂଆ ବର୍ଷ ଆରମ୍ଭ ପୂର୍ବରୁ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ସାଧାରଣ ଲୋକଙ୍କୁ ହେବ ଫାଇଦା

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ୍‌ ଏବଂ ଟିକସ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଉତ୍ତର କାରୋଲିନାରେ ତାଙ୍କ ଭାଷଣ...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri