Posted inଜାତୀୟ

‘ସ୍ବର୍ଣ୍ଣ ମନ୍ଦିରରେ କିଏ ରାହୁଲଙ୍କ ପକେଟ୍‌ ମାରିଛି’

ଚଣ୍ଡିଗଡ଼,୩୦।୧: ‘ଶ୍ରୀ ହରମନ୍ଦିର ସାହିବରେ କିଏ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପକେଟ ମାର କରିଛି’। ଏଭଳି ପ୍ରଶ୍ନ କରିଛନ୍ତି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସିରୋମଣି ଅକାଳି ଦଳ (ଏସ୍‌ଏଡଟ୍ର ଏମ୍‌ପି ହରସିମରତ କୌର ବାଦଲ।

ଆଗାମୀ ବିଧାନସଭା ନିର୍ବାଚନ ଲାଗି ପ୍ରଚାର ପାଇଁ ବୁଧବାର ପଞ୍ଜାବରେ ପହଞ୍ଚିଥିଲେ ରାହୁଲ। ଏହି ଗସ୍ତ ବେଳେ ସେ ଅମୃତସରସ୍ଥିତ ସ୍ବର୍ଣ୍ଣ ମନ୍ଦିର ମଧ୍ୟ ଯାଇଥିଲେ। ସେଠାରେ କଂଗ୍ରେସ ଦଳର କିଛି ବିଧାୟକ ପ୍ରାର୍ଥୀ ମାରପିଟ ଲାଗିଥିଲେ। ସେହି ଦିନ ସନ୍ଧ୍ୟାରେ ଜଳନ୍ଧରରେ ଏକ ଭର୍ଚୁଆଲ ରାଲିକୁ ସମ୍ବୋଧିତ କରିଥିଲେ ପୂର୍ବତନ କଂଗ୍ରସ ସଭାପତି। ତାଙ୍କ ସହ ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନି, ଉପ ମୁଖ୍ୟମନ୍ତ୍ରୀ ସୁଖଜିନ୍ଦର ସିଂ ରାନ୍ଧଓ୍ବା ଏବଂ ଓପି ସୋନି ଉପସ୍ଥିତ ଥିଲେ।

“ ମୁଖ୍ୟମନ୍ତ୍ରୀ ଚନ୍ନି, କଂଗ୍ରେସ ରାଜ୍ୟ ମୁଖ୍ୟ ନବଜୋତ ସିଂ ସିଦ୍ଧୁ ଏବଂ ଉପମୁଖ୍ୟମନ୍ତ୍ରୀ ସୁଖଜିନ୍ଦର ସିଂ ରାନ୍ଧଓ୍ବାଙ୍କ ମଧ୍ୟରୁ କିଏ ଶ୍ରୀ ହରମନ୍ଦିର ସାହିବରେ ରାହୁଲ ଗାନ୍ଧୀଙ୍କ ପକେଟ ମାରିଛି। କାରଣ ଏହି ୩ ଲୋକଙ୍କ ଛଡ଼ା ଜେଡ୍‌ ସିକ୍ୟୁରିଟି କାହାକୁ ରାହୁଲଙ୍କ ପାଖ ମାଡ଼ିବାକୁ ଦେଇ ନ ଥିଲେ। ନା ଆମ ପବିତ୍ର ମନ୍ଦିରକୁ ବଦନାମ କରିବା ପାଇଁ ଏହା ଆଉ ଏକ ପ୍ରୟାସ” ବୋଲି ହରସିମରତ କୌର ପ୍ରଶ୍ନ କରିଛନ୍ତି। ତେବେ ପକେଟ ମାର ଘଟଣା ଉପରେ ସେ ଅଧିକ ତଥ୍ୟ ଦେଇ ନାହାନ୍ତି।

ହରସିମରତଙ୍କ ଟୁଇଟ୍‌କୁ ରିଟୁଇଟ୍‌ କରି କଂଗ୍ରେସ ମୁଖ୍ୟ ପ୍ରବକ୍ତା ରଣଦୀପ ସିଂ ସୁରଜଓ୍ବୋଲା ଲେଖିଛନ୍ତି, ଏଭଳି ମିଥ୍ୟା ଖବର ପ୍ରସାରିତ କରିବା ନିନ୍ଦନୀୟ। ସେଭଳି କିଛି ଘଟଣା ଘଟିନାହିଁ। ରାଜନୈତୀକ ମତଦେଭ ଥିଲେ ମଧ୍ୟ ତାଙ୍କୁ ଦାୟିତ୍ୱବାନ ଓ ପରିକ୍ୱତା ପ୍ରଦର୍ଶିତ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି...

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି...

ଜମ୍ମୁ-କଶ୍ମୀରରେ ତୁଷାରପାତ

ଶ୍ରୀନଗର,୨୯ା୪: ଏପ୍ରିଲର ଶେଷ ଦିନରେ ଜମ୍ମୁ-କଶ୍ମୀରରେ ପାଣିପାଗ ଧାରା ବଦଳିଛି। ଗୁରେଜ, ମଛିଲ, ରାଜଦାନ ସମେତ ରାଜ୍ୟର ଅନେକ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହୋଇଛି। ଏଥି...

ନିର୍ବାଚନ ପ୍ରଚାର ପାଇଁ ଜେଲରୁ ବାହାରକୁ ଆସି ପାରିବେନି ହେମନ୍ତ ସୋରେନ

ନୂଆଦିଲ୍ଲୀ,,୨୯।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗିରଫଦାରୀ ଏବଂ ଇଡି କାର୍ଯ୍ୟାନୁଷ୍ଠାନ ବିରୋଧରେ ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କୌଣସି ବିଜ୍ଞପ୍ତି ପ୍ରକାଶ କରିନାହାଁନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri