Posted inଜାତୀୟ

ଫେସବୁକ୍‌ ପୋଷ୍ଟ ପାଇଁ ହତ୍ୟା

ଅହମ୍ମଦାବାଦ,୩୦।୧: ଫେସବୁକ୍‌ରେ ସଂଖ୍ୟା ଲଗୁ ସମ୍ପ୍ରାଦାୟଙ୍କ ଧାର୍ମିକ ଭାବନାକୁ ଆଘାତ ଦେଲା ଭଳି ଭିଡିଓ କ୍ଲିପ୍‌ ପୋଷ୍ଟ କରିବାରୁ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଜଣେ ମୌଲାନାଙ୍କ ସମେତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ପୋଲିସ ଅଧିକାରୀ କହିଛନ୍ତି। ଏଭଳି ଘଟଣା ଘଟିଛି ଅହମ୍ମଦାବାଦ ଜିଲାର ଧାନଧୁକା ଅଞ୍ଚଳରେ।

ଅହମ୍ମଦାବାଦ (ଗ୍ରାମୀଣ) ପୋଲିସ ମୌଲାନା ମହମ୍ମଦ ଆୟୁବ ଜଭାରାଓ୍ବାଲା (୫୧), ସବ୍ବିର ଚୋପଡା (୨୫) ଓ ଇମତିୟାଜ ପଠାନ (୨୭)ଙ୍କୁ ଗିରଫ କରାଯାଇଛି। ପୋଲିସ ଅଧିକାରୀଙ୍କ କହିବା ଅନୁଯାୟୀ, ସବ୍ବିର ଓ ଇମତିଆଜଙ୍କୁ ପିସ୍ତଲ ସହ ଗୁଳି ଯୋଗାଇ ଦେଇଥିଲେ ମୌଲାନା ଜଭାରାଓ୍ବାଲା। ସେମାନେ ଗତ ୨୫ ତାରିଖରେ ଧାନଧୁକାଠାରେ କିଷନ ଭରଓ୍ବାଦ(୨୭)ଙ୍କୁ ଗୁଳି କରି ହତ୍ୟା କରିଥିଲେ।

ମୃତକ ଭାରଓ୍ବାଦଙ୍କୁ ଗଳିତ ମାସରେ ତାଙ୍କ ଫେସବୁକ୍‌ ପୋଷ୍ଟ ପାଇଁ ଗିରଫ କରାଯାଇଥିଲା। ସେ ଜାମିନରେ ବାହାରେ ଥିଲେ। ଏହି ହତ୍ୟାକାଣ୍ଡ ପରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ବନ୍ଦ ଡାକରା ଦେଇଥିଲା। ଏଥିଯୋଗୁ ଶନିବାର ଗୁଜରାଟ ସରକାର ହତ୍ୟାକାଣ୍ଡର ତଦନ୍ତ ଦାୟିତ୍ୱ ଏଟିଏସ୍‌କୁ ହସ୍ତାନ୍ତର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ପ୍ରଧାନମନ୍ତ୍ରୀଙ୍କ ଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ ଚାମ୍ପିୟନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶି ବିଶ୍ୱାଳ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri