୧୧ ଚନ୍ଦନ ଗଛ ଚୋରି

କେନ୍ଦୁଝର,୨ା୨(ସ୍ବ.ପ୍ର.): ଚମ୍ପୁଆସ୍ଥିତ ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲ ପରିସରରୁ ଗତ ୨୮ ତାରିଖରେ ୧୧ ଟି ମୂଲ୍ୟବାନ ଚନ୍ଦନ ଗଛକୁ ଦୁର୍ବୃତ୍ତମାନେ କାଟି ନେଇଛନ୍ତି। ତେବେ ଏ ନେଇ କୌଣସି ରିପୋର୍ଟ ଥାନାରେ ଦିଆଯାଇ ନାହିଁ। ଫଳରେ ଏହାକୁ ନେଇ ସ୍ଥାନୀୟ ଲୋକେ ଘୋର ଅସନ୍ତୋଷ ପ୍ରକାଶ କରିଛନ୍ତି। ଏ ନେଇ ବନବିଭାଗ ପାଖରେ କୌଣସି ସୂଚନା ନାହିଁ ବୋଲି ଡିଏଫ୍‌ଓ ଧନରାଜ ଏଚ୍‌ଡି କହିଛନ୍ତି।

ଏହି ଚନ୍ଦନ ଗଛର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି। ଏଣୁ ଚନ୍ଦନ ଗଛ ଚୋରି ହେଲେ ସ୍ଥାନୀୟ ପୋଲିସ ଷ୍ଟେଶନ ଓ ବନବିଭାଗକୁ ସୂଚନା ଦେବା ଜରୁରୀ। ଗତ ୨୮ ତାରିଖରୁ ଚୋରି ହୋଇଥିଲେ ହେଁ ସ୍ଥାନୀୟ ବନବିଭାଗ ଜିଲା ବନବିଭାଗ ମୁଖ୍ୟଙ୍କୁ ସୂଚନା ଦେଇ ନାହାନ୍ତି। ଯାହା ସମସ୍ତଙ୍କୁ ଚକିତ କରିଛି। ଅନ୍ୟପକ୍ଷରେ ଗଛଗୁଡ଼ିକ ଛୋଟ ଥିଲା ବୋଲି ସ୍କୁଲର ଜଣେ ରେଞ୍ଜ ଅଧିକାରୀ ସୂଚନା ଦେଇଛନ୍ତି। ଉକ୍ତ କଟା ଗଛଗୁଡ଼ିକ ଉପାଡ଼ି ପ୍ରମାଣ ନଷ୍ଟ କରାଯାଇଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି।

ସୂଚନାଯୋଗ୍ୟ, ଉକ୍ତ ସ୍କୁଲ ଆଖପାଖ ଅଞ୍ଚଳରେ ବହୁ ସଂଖ୍ୟାରେ ଚନ୍ଦନ ଗଛ ରହିଛି। ଏଣୁ ଏନେଇ ତୁରନ୍ତ ପଦକ୍ଷେପ ନେବା ସହ ସେସବୁର ସୁରକ୍ଷା କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଦେବେଶ

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଅଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି।...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri