ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର: ଦୃଷ୍ଟିଶକ୍ତି ହରାଇଲେ ବୃଦ୍ଧା

ଢେଙ୍କାନାଳ ଅଫିସ, ୬ା୨: ଢେଙ୍କାନାଳ ସହର ଉପକଣ୍ଠ ମହିଷାପାଟ ଅଞ୍ଚଳରେ ଥିବା ଏକ ଘରୋଇ ଚକ୍ଷୁ ଚିକିତ୍ସାଳୟରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ବୃଦ୍ଧାଙ୍କ ଦୃଷ୍ଟିଶକ୍ତି ଚାଲିଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ପୀଡ଼ିତା ମହିଳା ଶନିବାର ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନିକଟରେ ହୋଇଥିବା ଅଭିଯୋଗରୁ ଜଣାପଡ଼ିଛି, କଟକ ଜିଲା ଆଠଗଡ଼ ରଘୁନାଥପୁର ପାଟଣା ଗ୍ରାମର ବିଳାସିନୀ ସାହୁ ତାଙ୍କ ସ୍ବାମୀ ଶଙ୍କର ସାହୁଙ୍କ ଚକ୍ଷୁ ଅସ୍ତ୍ରୋପଚାର ପାଇଁ ଉକ୍ତ ଘରୋଇ ଚିକିତ୍ସାଳୟକୁ ଆଣିଥିଲେ। ଡିସେମ୍ବରରେ ୧୪ରେ ଅପରେଶନ ହୋଇଥିଲା। ସେହି ସମୟରେ ବିଳାସିନୀଙ୍କ ଚକ୍ଷୁ ଖରାପ ଥିବା ଡାକ୍ତର କହିଥିଲେ। ତାଙ୍କର ମଧ୍ୟ ଆଖି ଅପରେଶନ କରାଯାଇଥିଲା। ଏହାପରେ ତାଙ୍କ ଆଖିକୁ ଆଦୌ ଦିଶୁନାହିଁ। ଏ ସମ୍ପର୍କରେ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କୁ ଅଭିଯୋଗ କରିବା ସତ୍ତ୍ୱେ ସୁଫଳ ମିଳି ନ ଥିଲା। ଫଳରେ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ପୁଣିଥରେ ପରୀକ୍ଷା କରାଇଥିଲେ। ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ପାଇଁ ତାଙ୍କର ଦୃଷ୍ଟିଶକ୍ତି ଚାଲିଯାଇଥିବା ରିପୋର୍ଟରୁ ଜଣାପଡ଼ିଥିଲା। ଏହାପରେ ସେ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ ଟାଉନ ଥାନାଧିକାରୀ ରାଜେନ୍ଦ୍ର ମହାପାତ୍ର କୁହନ୍ତି, ଆଠଗଡ଼ ଅଞ୍ଚଳରେ ଏକ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ହୋଇଥିବା କ୍ୟାମ୍ପରେ ସମ୍ପୃକ୍ତ ମହିଳାଙ୍କ ଚକ୍ଷୁ ଅସ୍ତ୍ରୋପଚାର କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ତଦନ୍ତ ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୨ବର୍ଷ ତଳେ ଢେଙ୍କାନାଳ ଜିଲାରେ ଅନ୍ଧତ୍ୱ ଦୂରୀକରଣ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଡିଟ୍‌ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

୨୦ ଦିନ ହେଲା କଳାକୃତି ଗ୍ରାମରେ ବିଦ୍ୟୁତ୍‌ ଠପ୍‌

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକର ସବୁଜିମାମୟ ସପ୍ତଶଯ୍ୟା ରାଜ୍ୟ ଏବଂ ଜିଲାର ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ। ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର ସଦେଇବେରେଣୀ ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri