Posted inଖେଳ

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଦଳର ହିରୋ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ ବିଜେତାଙ୍କ ନାତି

ନୂଆଦିଲ୍ଲୀ,୬।୨: ଭାରତୀୟ ଦଳ ତା’ର ପ୍ରାଧାନ୍ୟ ବଜାୟ ରଖି ରେକର୍ଡ ୫ମ ଥର ପାଇଁ ଜିତିଛି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌। ପୂରା ଟୁର୍ନାମେଣ୍ଟରେ ଅନେକ ଖେଳାଳିଙ୍କ ବ୍ୟକ୍ତିଗତ ପ୍ରଦର୍ଶନ ଯୋଗୁ ଟିମ୍‌ ଇଣ୍ଡିଆ ଅପରାଜେୟ ରହିଥିଲା। କିନ୍ତୁ ଟୁର୍ନାମେଣ୍ଟର ସବୁଠୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ତଥା ଫାଇନାଲରେ ଭାରତୀୟ ଦଳ ପାଇଁ ହିରୋ ସାଜିଥିଲେ ରାଜ ଅଙ୍ଗଦ ବାଓ୍ବା। ଏହି ଅଲରାଉଣ୍ଡର ଉଭୟ ବ୍ୟାଟ ଓ ବଲରେ ଇଂଲଣ୍ଡ ବିପକ୍ଷ ବିଶ୍ୱକପ୍‌ ଫାଇନାଲରେ ପ୍ରଦର୍ଶନ କରିଥିଲେ, ଯାହା ଫଳରେ ତାଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ମିଳିଥିଲା।

ରାଜ ହେଉଛନ୍ତି ତାର୍ଲୋଚନ ସିଂ ବାଓ୍ବାଙ୍କ ନାତି। ସେ ୧୯୪୮ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ ଜିତିଥିବା ଭାରତୀୟ ହକି ଦଳର ସଦସ୍ୟ ଥିଲେ। କୌତୁହଳର କଥା ହେଉଛି, ଗ୍ରେଟ୍‌ ବ୍ରିଟେନ ବିପକ୍ଷ ଫାଇନାଲରେ ଗୋଲ ସ୍କୋର କରିଥିଲେ ତାର୍ଲୋଚନ। ଏହା ଭାରତୀୟ ହକି ଦଳ ପାଇଁ ଥିଲା କ୍ରମାଗତ ଚତୁର୍ଥ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ। ଅଜାଙ୍କ ଭଳି ନାତ ମଧ୍ୟ ଦେଶକୁ ବିଶ୍ୱ ସ୍ତରରେ ସଫଳତା ଆଣି ଦେଇଛନ୍ତି। ଉଭୟଙ୍କ ମଧ୍ୟରେ ପ୍ରାର୍ଥକ୍ୟ ହେଲା ଜଣେ କ୍ରିକେଟର ଥିଲେ, ଅନ୍ୟ ଜଣେ ହକି ଖେଳାଳି ଥିଲେ।

ଶନିବାର ଆଣ୍ଟିଗୁଆଠାରେ ଖେଳାଯାଇଥିବା ଫାଇନାଲରେ ରାଜା ୫ ଉଇକେଟ ସଫଳତା ହାତେଇଥିଲେ। ଆଇସିସି ଟୁର୍ନାମେଣ୍ଟ ଫାଇନାଲରେ ଏଭଳି ସଫଳତା ହାସଲ କରିବାରେ ସେ ପ୍ରଥମ ଭାରତୀୟ। ତା’ ପରେ ବ୍ୟାଟିଂରେ ୫୪ ବଲରେ ୩୫ ରନ୍‌ର ଇନିଂସ ଖେଳିଥିଲେ। ଭାରତୀୟ ଦଳ ପାଇଁ ବାଓ୍ବା ପୂରା ଟୁର୍ନାମେଣ୍ଟରେ ସର୍ବାଧିକ ରନ୍‌ କରିଥିବା ଖେଳାଳିଙ୍କ ମଧ୍ୟରେ ଦ୍ୱିତୀୟ ସ୍ଥାନରେ ଥିବା ବେଳେ ସବୁଠୁ ଅଧିକ ଉଇକେଟ ନେବାରେ ସେ ତୃତୀୟ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri