ଆଜିଠୁ ଖୋଲିବ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର,୭।୨(ବ୍ୟୁରୋ): କୋଭିଡ୍‌ କଟକଣା ସହ ରାଜ୍ୟରେ ସୋମବାରଠାରୁ ଶିକ୍ଷାନୁଷ୍ଠାନ ଖୋଲିବ। ସରକାରୀ ଓ ଘରୋଇ ସ୍କୁଲରେ ଅଷ୍ଟମରୁ ଦଶମ ଛାତ୍ରୀଛାତ୍ର ଶ୍ରେଣୀ ଗୃହରେ ବସି ପାଠ ପଢ଼ିବେ। ଏଥିସହିତ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ ସମେତ ସମସ୍ତ ବୈଷୟିକ ଓ ପ୍ରଫେଶନାଲ ଶିକ୍ଷାନୁଷ୍ଠାନଗୁଡ଼ିକରେ ମଧ୍ୟ ଅଫ୍‌ଲାଇନ୍‌ କ୍ଲାସ୍‌ ଆରମ୍ଭ ହେବ। ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ସମୟ ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ରହିଥିବାବେଳେ ଅଷ୍ଟମ ଶ୍ରେଣୀ ପାଇଁ ସକାଳ ୯ଟାରୁ ଅପରାହ୍ନ ୧ଟା ରହିଛି। ତେବେ ସ୍କୁଲରେ ମଧ୍ୟାହ୍ନଭୋଜନ ପାଇଁ ଅନୁମତି ଦିଆଯାଇ ନାହିଁ।

ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ମଧ୍ୟାହ୍ନଭୋଜନ ବାବଦରେ ପିଲାଙ୍କୁ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ। ସେହିପରି ରାଜ୍ୟର ସବୁ ଉଚ୍ଚ ଶିକ୍ଷାନୁଷ୍ଠାନରେ କ୍ଲାସ୍‌ରୁମ୍‌ ପାଠପଢ଼ା ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ଡିଗ୍ରୀ କଲେଜ ଓ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନଗୁଡ଼ିକର ହଷ୍ଟେଲ ରବିବାରଠାରୁ ଖୋଲିଯାଇଛି। ଶିକ୍ଷାନୁଷ୍ଠାନ ଖୋଲୁଥିଲେ ମଧ୍ୟ ଉଭୟ ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ ପାଠପଢ଼ା ଜାରି ରହିବ। ତେବେ ଶିକ୍ଷାନୁଷ୍ଠାନରେ କୋଭିଡ୍‌ କଟକଣା ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି କେହି କଟକଣାରେ ହେଳା କରନ୍ତି, ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୂର୍ବରୁ ଏସ୍‌ଆର୍‌ସିଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଅନ୍ୟପକ୍ଷରେ ୧୪ ତାରିଖରୁ ପ୍ରାଥମିକ ସ୍କୁଲ୍‌ ଖୋଲିବ। ପ୍ରଥମରୁ ସପ୍ତମ ଶ୍ରେଣୀ ପିଲା ସ୍କୁଲ ଯିବେ। ଏମାନଙ୍କର ମଧ୍ୟ ସକାଳ ୯ଟାରୁ ଅପରାହ୍ନ ୧ଟା ଯାଏ କ୍ଲାସ୍‌ ହେବ।
ସୂଚନାଯୋଗ୍ୟ, ଗତ ପ୍ରାୟ ଦୁଇବର୍ଷ ହେବ କରୋନା ଯୋଗୁ ଶିକ୍ଷାଦାନ ଘୋର ବାଧାପ୍ରାପ୍ତ ହୋଇଛି। ୨୦୨୦ ମାର୍ଚ୍ଚ ୧୫ରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ପଡ଼ିଥିଲା। କରୋନାର ଦ୍ୱିତୀୟ ଲହର ସଂକ୍ରମଣ ହ୍ରାସ ପାଇବା ପରେ ରାଜ୍ୟ ସରକାର ପର୍ଯ୍ୟାୟକ୍ରମେ ଶିକ୍ଷାନୁଷ୍ଠାନଗୁଡ଼ିକୁ ଖୋଲିଥିଲେ। ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଥିଲା। ଏହାପରେ ନବମ, ଏକାଦଶ, ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀ ସମେତ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟରେ ପାଠପଢ଼ା ଆରମ୍ଭ ହୋଇଥିଲା। ତେବେ ପ୍ରାଥମିକ ପିଲାଙ୍କ ପାଇଁ ଜାନୁୟାରୀ ୩ରୁ ସ୍କୁଲ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ। କିନ୍ତୁ କରୋନାର ତୃତୀୟ ଲହର ଯୋଗୁ ପ୍ରାଥମିକ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ସ୍ଥଗିତ ରଖିବା ସହିତ ଅନ୍ୟାନ୍ୟ ସମସ୍ତ ଶିକ୍ଷାନୁଷ୍ଠାନକୁ ରାଜ୍ୟ ସରକାର ବନ୍ଦ କରିଦେଇଥିଲେ। ଏବେ ସଂକ୍ରମଣ ହ୍ରାସ ପାଉଥିବାରୁ ରାଜ୍ୟ ସରକାର ଶିକ୍ଷାନୁଷ୍ଠାନ ଖୋଲି ପାଠପଢ଼ା ସ୍ବାଭାବିକ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସମସ୍ତ କ୍ଲାସ୍‌ ପ୍ରମୋଶନ ପରୀକ୍ଷା ସମେତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା କରିବାକୁ ମଧ୍ୟ ଯୋଜନା ହୋଇଛି। ତେବେ କରୋନା ସ୍ଥିତିକୁ ଦେଖି ପରୀକ୍ଷା କରିବାକୁ ମାଧ୍ୟମିକ ଶିକ୍ଷା ପରିଷଦ ନିଷ୍ପତ୍ତି ନେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri