ଭୋଜି ଖାଇ ଫେରୁଥିଲେ, ବାଟରେ ଓଲଟିଲା ବରଯାତ୍ରୀ ଗାଡ଼ି

ଖଡିଆଳ,୭।୨(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡିଆଳ ଥାନା ସରଗାଦୀ ନୂଆପଡ଼ା ଗାଁ ନିକଟରେ ଏକ ବରଯାତ୍ରୀ ଗାଡି ଓଲଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକ ହେଲେ ମୁକେଶ ବଚ୍ଛା। ଆହତଙ୍କୁ ଉଦ୍ଧାର କରି ଖଡିଆଳ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

ମିଳିଥିବା ସୂଚନା ମୁତାବକ, ରବିବାର ରାତିରେ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପାତେଲପଡାର ଏକ ବରଯାତ୍ରୀ ଦଳ ସରଗାଦୀ ନୂଆପଡ଼ା ଗାଁକୁ ଆସିଥିଲେ। ବାହାଘର ଭୋଜି ଖାଇ ବିଳମ୍ବିତ ରାତିରେ ୧୫ରୁ ଉର୍ଦ୍ଧ୍ୱ ଲୋକ ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ଗାଁକୁ ଫେରୁଥିଲେ। ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଘଟଣାସ୍ଥଳରେ ମୁକେଶଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଖଡିଆଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦମକଳ ବାହିନୀଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri