୭୫୧୬ ଜରୁରୀ ସେବା ପ୍ରଦାନ କରିଛି ଭିକ୍ଟର କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୮।୨(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ଅପରାଧ, ଦୁର୍ଘଟଣା ଭଳି ଜରୁରୀକାଳୀନ ପରିସ୍ଥିତିରେ ଜନସାଧାରଣଙ୍କୁ ତ୍ୱରିତ ସହାୟତା ଦେବା ପାଇଁ କମିଶନରେଟ ପୋଲିସ ପକ୍ଷରୁ କାର୍ଯ୍ୟ କରୁଛି ଭିକ୍ଟର କଣ୍ଟ୍ରୋଲ ରୁମ୍‌। ଜାନୁୟାରୀ ମାସରେ ଏହି କଣ୍ଟ୍ରୋଲ ରୁମ୍‌ ଦ୍ୱାରା ୭୫୧୬ ଜରୁରୀକାଳୀନ ସେବା ପ୍ରଦାନ କରାଯାଇପାରିଛି। ଇଆର୍‌ଆର୍‌ଏସ୍‌-୧୧୨ ସେବାକୁ ବିଭିନ୍ନ ଥାନାଞ୍ଚଳରୁ ଆସିଥିବା ମୋଟ ୩୭୩୬ ଫୋନ୍‌ କଲ୍‌ ମାଧ୍ୟମରେ ପୋଲିସ ବିଭିନ୍ନ ଅସୁବିଧାରେ ଥିବା ଲୋକଙ୍କ ପାଖରେ ତୁରନ୍ତ ପହଞ୍ଚତ୍ ସହାୟତା ଯୋଗାଇ ଦେଇଛି। ସେହିପରି ଭୁବନେଶ୍ୱର ୟୁପିଡ଼ିରେ ୩୫ଟି ପିସିଆର୍‌ ଭ୍ୟାନ ରହିଛି। ଏହି ପିସିଆର୍‌ ଭ୍ୟାନ କର୍ମଚାରୀମାନେ ୩୭୮୦ କଲ୍‌ ପାଇ ଗଣ୍ଡଗୋଳର ପ୍ରାକ୍‌ ସମାଧାନ କରିବା ସହ ଅପରାଧୀଙ୍କୁ କାବୁ କରିଛନ୍ତି। ଏଥିସହ ପିସିଆର୍‌ କର୍ମଚାରୀମାନେ ଦୁର୍ଘଟଣାର ଶିକାର ପୀଡିତଙ୍କୁ ଆବଶ୍ୟକ ଡାକ୍ତରୀ ସେବା ପ୍ରଦାନ କରାଇବାର ସମସ୍ତ ବ୍ୟବସ୍ଥା କରିବା ସହ ଅନ୍ୟାନ୍ୟ ସହାୟତା ପ୍ରଦାନ ପାଇଁ ଉଦ୍ୟମ କରିଛନ୍ତି। ଏତଦ୍‌ବ୍ୟତୀତ କୋଭିଡ଼ କଟକଣା ତଥା ରାତ୍ରକାଳୀନ କର୍ଫ୍ୟୁ ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିବା ସହିତ ଜନସାଧାରଣଙ୍କୁ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ସତର୍କତା ତଥା ନିୟମାବଳୀ ବିଷୟରେ ସଚେତନ କରିବାରେ ପିସିଆର୍‌ ପ୍ରମୁଖ ଭୂମିକା ଗ୍ରହଣ କରିଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri