ଓଡ଼ିଶାର ୧.୨୩ କୋଟି ଶ୍ରମିକ କେନ୍ଦ୍ର ଯୋଜନାର ଲାଭ ଉଠାଇଛନ୍ତି

ଭୁବନେଶ୍ୱର, ୮।୨(ବ୍ୟୁରୋ): ଓଡ଼ିଶାର ଅଣ ସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୧ କୋଟି ୨୩ ଲକ୍ଷ ଶ୍ରମିକ କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନାରେ ଲାଭ ପାଇଛନ୍ତି। ସୋମବାର ଲୋକ ସଭାରେ ଶ୍ରମ ଓ ନିଯୁକ୍ତି ରାଷ୍ଟ୍ରମନ୍ତ୍ରୀ ରାମେଶ୍ୱର ତେଲି ଏହି ସୂଚନା ଦେଇଛନ୍ତି।
ଓଡ଼ିଶାରୁ ଅଣ ସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା କେତେ ଶ୍ରମିକ କେନ୍ଦ୍ର ସରକାରଙ୍କ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ ହୋଇଛନ୍ତି ବୋଲି ବିଜେଡି ଏମ୍‌ପି ଚନ୍ଦ୍ରଶେଖର ସାହୁ ପ୍ରଶ୍ନ କରିଥିଲେ। କେନ୍ଦ୍ରମନ୍ତ୍ରୀ ତେଲି କହିଥିଲେ ଯେ ପ୍ରଧାନମନ୍ତ୍ରୀ ଶ୍ରମଯୋଗୀ ମନ-ଧନ ପେନ୍‌ସନ ସ୍କିମ, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା ଭଳି ସାମାଜିକ ସୁରକ୍ଷା ଯୋଜନାରେ ଓଡ଼ିଶାର ଅଣ ସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକମାନେ ଲାଭବାନ ହୋଇଛନ୍ତି। ୨୦୨୨ ଜାନୁୟାରୀ ୨୮ ସୁଦ୍ଧା ଓଡ଼ିଶାରୁ ୧ ଲକ୍ଷ ୭୦ ହଜାର ୯୩୬ ଜଣ ଶ୍ରମିକ ପ୍ରଧାନମନ୍ତ୍ରୀ ଶ୍ରମଯୋଗୀ ମନ-ଧନ ପେନ୍‌ସନ ସ୍କିମ୍‌ରେ ଉପକୃତ ହୋଇଥିବା ବେଳେ ୨୦୨୧ ଅକ୍ଟୋବର ସୁଦ୍ଧା ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନାରେ ୩୧, ୪୫, ୮୫୦ ଜଣ ଉପକୃତ ହୋଇଛନ୍ତି। ସେହିପରି ୨୦୨୧ ଅକ୍ଟୋବର ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନାରେ ୮୯, ୮୪, ୮୫୯ ଜଣ ଶ୍ରମିକ ଉପକୃତ ହୋଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri