ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଣ୍ଡିତ ଦାମୋଦର ହୋତାଙ୍କ ଶେଷକୃତ୍ୟ

ଭୁବନେଶ୍ୱର, ୯।୨ (ବ୍ୟୁରୋ):ବିଶିଷ୍ଟ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ଗାୟକ, ଗବେଷକ ତଥା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପଣ୍ତିତ ଡ. ଦାମୋଦର ହୋତାଙ୍କର ମଙ୍ଗଳବାର ପୁରୀ ସ୍ବର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସ୍ବର୍ଗତ ହୋତାଙ୍କୁ ପୁରୀ ଜିଲା ଓ ପୋଲିସ ପ୍ରଶାସନ ପକ୍ଷରୁ ଗାର୍ଡ ଅଫ୍‌ ଅନର ପ୍ରଦାନ ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ଜ୍ୟେଷ୍ଠ ପୁତ୍ର ଶିବାଶିଷ ହୋତା ମୁଖାଗ୍ନି ଦେଇଥିଲେ। ଏହି ଅବସରରେ ସାନପୁଅ ଦୁର୍ଗାଶିଷ ହୋତା, ତିନିଝିଅ ପ୍ରିୟମ୍ବଦା ମିଶ୍ର, କଳ୍ପନା ପାଢୀ, ମାନସୀ ହୋତା, ତିନି ଜ୍ବାଇଁ, କନିଷ୍ଠ ଭ୍ରାତା ଶ୍ୟାମସୁନ୍ଦର ହୋତା, ପୁତୁରା ଦେବାଶିଷ ହୋତା ଏବଂ ଆତ୍ମୀୟ ସ୍ବଜନଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଡ. ହୋତାଙ୍କ ପାର୍ଥିବ ଶରୀରକୁ ପ୍ରଥମେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟକୁ ନିଆଯାଇଥିଲା। ଅଧ୍ୟକ୍ଷ ବିଜୟ କୁମାର ଜେନାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଏବଂ ଛାତ୍ରୀଛାତ୍ର ତାଙ୍କର ଶେଷ ଦର୍ଶନ କରିଥିଲେ। ସେଠାରୁ ତାଙ୍କ ମରଶରୀର ପୁରୀ ଗୌଡବାଡସାହିସ୍ଥିତ ନିଜସ୍ବ ବାସଭବନ, ଯମ୍ବେଶ୍ବର, ଅଡ଼ଙ୍ଗ ତିଆଡ଼ି ଯାଗା, ସାହି ଠାକୁରାଣୀ, ଗୌଡ଼ବାଡ଼ ସାହି ଓ ହରଚଣ୍ତୀ ସାହି ଆଖଡ଼ାକୁ ନିଆଯାଇଥିଲା। ପରେ ସ୍ବଗର୍ର୍ଦ୍ୱାରକୁ ନିଆଯାଇ ଶେଷକୃତ୍ୟ କରାଯାଇଥିଲା। ଅତିରିକ୍ତ ଜିଲାପାଳ ସୁଭାଷ ଚନ୍ଦ୍ର ନାଥଶର୍ମା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରଫୁଲ୍ଲ ଚନ୍ଦ୍ର ବଡ଼ଜେନା, ରିଜର୍ଭ ଇନ୍ସପେକ୍ଟର ଚନ୍ଦ୍ରଶେଖର ଦାଶ, ସମୁଦ୍ରକୂଳ ଥାନାଧିକାରୀ ଚିନ୍ମୟ ରାଉତ ପ୍ରମୁଖ ଜିଲା ପ୍ରଶାସନ ପକ୍ଷରୁ ଶେଷ ଦର୍ଶନ କରିବା ସହ ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ। ସୂଚନାଯୋଗ୍ୟ, ଶନିବାର ରାତିରେ ଭୁବନେଶ୍ୱର ନୟାପଲ୍ଲୀସ୍ଥିତ ବାସଭବନ ‘ସୀତାରାମ ନିବାସ’ରେ ଦାମୋଦରଙ୍କ ପରଲୋକ ଘଟିଥିଲା। ତାଙ୍କର ବଡ଼ପୁଅ, ସାନପୁଅ ଓ ବଡ଼ ଝିଅ ପରିବାର ସହ ଆମେରିକାରେ ରହୁଛନ୍ତି। ତେଣୁ ସେମାନେ ଘରକୁ ଫେରିବା ପରେ ମଙ୍ଗଳବାର ସ୍ବର୍ଗତ ହୋତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri