୧୨ରୁ ଖୋଲିବ ଧର୍ମାନୁଷ୍ଠାନ

ଭୁବନେଶ୍ୱର, ୯।୨(ବ୍ୟୁରୋ):  ରାଜଧାନୀରେ ପୁଣି ଚଳଚଞ୍ଚଳ ହେବ ମନ୍ଦିର ବେଢ଼ା। କୋଭିଡ୍‌ ପାଇଁ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଉଠିଥିବା ପାଚେରି ଭାଙ୍ଗିବ। ଦେବଦେବୀଙ୍କ ଦର୍ଶନ କରି ଶ୍ରଦ୍ଧାଳୁମାନେ ପୁଣି ଥରେ ଆଶୀର୍ବାଦ ଭିକ୍ଷା କରିପାରିବେ। ରାଜ୍ୟରେ କରୋନା ସଂକ୍ରମଣ କମିବା ପରେ ଆସନ୍ତା ୧୨ ତାରିଖଠାରୁ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ଏ ସମ୍ପର୍କରେ ମଙ୍ଗଳବାର ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଦୁଇ ଡୋଜ୍‌ କୋଭିଡ୍‌ ଟିକା ନେଇଥିବା ଶ୍ରଦ୍ଧାଳୁଙ୍କୁ ମନ୍ଦିର ପ୍ରବେଶ ପାଇଁ ଅନୁମତି ରହିଛି। ମାତ୍ର ମନ୍ଦିର ଗର୍ଭଗୃହକୁ ପ୍ରବେଶ ପାଇଁ ବାରଣ କରାଯାଇଛି। ସେହିପରି ଭଗବାନଙ୍କ ପାଖରେ ଭକ୍ତ ଭୋଗ ଲଗାଇ ପାରିବେ ନାହିଁ। ୧୫ ବର୍ଷରୁ କମ୍‌ ବୟସର ପିଲା ପରିଚୟପତ୍ର ଦେଖାଇ କିମ୍ବା ଅଭିଭାବକଙ୍କ ସହ ମନ୍ଦିରକୁ ଯାଇପାରିବେ। ତେବେ ବରିଷ୍ଠ ନାଗରିକ ଓ ଗର୍ଭବତୀଙ୍କୁ ମନ୍ଦିର ପ୍ରବେଶ ଉପରେ କଟକଣା ଲଗାଯାଇଛି। ଅପରପକ୍ଷେ ଲିଙ୍ଗରାଜ ମନ୍ଦିରରେ ପ୍ରବେଶ ପାଇଁ ମଧ୍ୟ ଗାଇଡ୍‌ଲାଇନ୍‌ ଜାରି ହୋଇଛି। ମନ୍ଦିରକୁ ଏକସଙ୍ଗେ ୧୦୦ ଭକ୍ତଙ୍କ ପ୍ରବେଶ ପାଇଁ ଅନୁମତି ରହିଥିବାବେଳେ ସେମାନେ ସିଂହଦ୍ୱାରଠାରୁ ଆଡକାଠ ପର୍ଯ୍ୟନ୍ତ ଯାଇପାରିବେ। ସାହାଣ ଦର୍ଶନ ଓ ଗର୍ଭଗୃହ ଦର୍ଶନକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ମନ୍ଦିର ସମେତ ଅନ୍ୟାନ୍ୟ ଧର୍ମାନୁଷ୍ଠାନଗୁଡିକ ମଧ୍ୟ ଉକ୍ତ ଦିନ ଖୋଲାଯିବ। ୨ଟି ଡୋଜ ଟିକା ନେଇଥିବା ପୂଜକ, ସେବାୟତ ହିଁ ମନ୍ଦିରରେ ରହିପାରିବେ। ସେହିପରି ଧର୍ମାନୁଷ୍ଠାନରେ ପ୍ରବେଶ ସମୟରେ ସମସ୍ତ ଭକ୍ତ ମୁହଁରେ ମାସ୍କ ଲଗାଇବା ସହ ସାମାଜିକ ଦୂରତା ଅବଲମ୍ବନ କରିବେ। ଧର୍ମାନୁଷ୍ଠାନର ପରିସରରେ ପାନ, ଗୁଟ୍‌ଖା ଖାଇବା ନିଷେଧ କରାଯାଇଛି। ସମସ୍ତ ଧର୍ମାନୁଷ୍ଠାନ ବାହାରେ ସାନିଟାଇଜର ରହିବା ବାଧ୍ୟତାମୂଳକ। କରୋନା ଲକ୍ଷଣ ଥିଲେ ମନ୍ଦିର ପ୍ରବେଶ ଅନୁମତି ଦିଆଯିବ ନାହିଁ। ଫେବୃୟାରୀ ୨୮ ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri