ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୯।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଏହି ସମୟରେ ଦୈନିକ ସଂକ୍ରମଣ ୭୧ ହଜାର ୩୬୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧,୨୧୭ ଜଣଙ୍କ ମୃତ୍ୟୁ ଘଟିଛି।

ସେହିପରି ଗତ ୨୪ ଘଣ୍ଟାରେ ୧ ଲକ୍ଷ ୭୨ ହଜାର ୨୧୧ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୧୦ ଲକ୍ଷ ତଳେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲାର ୮ ଲକ୍ଷ ୯୨ ହଜାର ୮୨୮ ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୪.୫ ପ୍ରତିଶତ ରହିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୫ ହଜାର ୨୭୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୪ ଲକ୍ଷ ୧୦ ହଜାର ୯୭୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୧୦ ଲକ୍ଷ ୧୨ ହଜାର ୮୬୯ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୨୯,୪୭୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୬,୧୦୭, ତାମିଲନାଡୁରେ ୪,୫୧୯, କର୍ନାଟକରେ ୪,୪୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜସ୍ଥାନରେ ୩,୪୧୧, ଗୁଜୁରାଟରେ ୨,୫୦୨ ଏବଂ ଆନ୍ଧ୍ରପ୍ରଦେଶରେ ୧,୮୯୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୦ କୋଟି ୯୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୨୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୩ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri