ଅର୍ଥନୈତିକ କରିଡର ଲାଗି ଜମି ଅଧିଗ୍ରହଣ ନିଷ୍ପତ୍ତି

ଛତ୍ରପୁର,୯।୨(ଡି.ଏନ.ଏ) ଗଞ୍ଜାମ ଜିଲାରେ ଟାଟା ଷ୍ଟିଲ୍‌ ପ୍ରକଳ୍ପ ଠାରୁ ଗୋପାଳପୁର ବନ୍ଦର ପର୍ଯ୍ୟନ୍ତ ଅର୍ଥନୈତିକ କରିଡର ନିର୍ମାଣ ଲାଗି ଆବଶ୍ୟକ ହେଉଥିବା ୨୫.୯୨୨ ଏକର ଜମି ଅଧିଗ୍ରହଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଗଞ୍ଜାମ ଜିଲାପାଳଙ୍କ ନିକଟକୁ ଚିଠି ଆସିଛି ା ଇଡ୍‌କୋ ପକ୍ଷରୁ ଏହି ଅର୍ଥନୈତିକ କରିଡର ପ୍ରତିଷ୍ଠା କରାଯିବ ା ଗଞ୍ଜାମ ଜିଲାପାଳଙ୍କ ରିପୋର୍ଟ ଓ ବିଶେଷଜ୍ଞ ଗୋଷ୍ଠୀ ରିପୋର୍ଟକୁ ତର୍ଜମା କରି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଅର୍ଥନୈତିକ କରିଡର ପାଇଁ ଆବଶ୍ୟକ ୨୫.୯୨୨ ଏକର ଜମି ୨ଟି ଗ୍ରାମରୁ ଅଧିଗ୍ରହଣ ହେବ ା ସେଥିମଧ୍ୟରେ ବଡପୁଟି ଗାଁରୁ ୪.୨୭୦ ଏକର ଜମି ଓ ବାସନାପୁଟି ଗାଁରୁ ୨୧.୬୫୨ ଏକର ଜମି ରହିଛି ା ବଡପୁଟି ଗାଁର ୫ଜଣ ଏବଂ ବାସନାପୁଟି ଗାଁର ୧୯ ଜଣଙ୍କ ଜମି ଅଧିଗ୍ରହଣ ହେବ ା ତେବେ ଏହି ପ୍ରକଳ୍ପ ଦ୍ୱାରା କେହି ବିସ୍ଥାପିତ ହେବେନି ବୋଲି କୁହାଯାଇଛି। ଏଥିସହ ଜମି ହରାଉଥିବା ବ୍ୟକ୍ତି ବିଶେଷଙ୍କର ସର୍ବନିମ୍ନ ପ୍ରତିକୂଳ ପ୍ରଭାବ ଓ ଭିତ୍ତିଭୂମିର ପ୍ରୟୋଗ ନିମମେନ୍ତ ଧ୍ୟାନ ଦିଆଯିବ ବୋଲି ସୂଚନା ମିଳିଛି ା ପୂର୍ବରୁ ଅଧିଗ୍ରହଣ ହୋଇଥିବା ଜମିକୁ ଉପଯୋଗ କରାଯାଇନାହିଁ। ଉକ୍ତ ଗ୍ରାମରେ ଜନଶୁଣାଣି ହୋଇଥିବା ଚିଠିରେ ଉଲ୍ଳେଖ ରହିଛି ା ସୂଚନାଯୋଗ୍ୟ, ଜନଶୁଣାଣି ବେଳେ ପ୍ରକଳ୍ପକୁ ସ୍ଥାନୀୟ ଲୋକେ ବିରୋଧ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ...

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri