ଦଳୀୟ ପ୍ରାର୍ଥୀଙ୍କ ପାଇଁ ମନ୍ତ୍ରୀଙ୍କ ପ୍ରଚାର

କାମାକ୍ଷାନଗର,୧୦ା୨(ଡି.ଏନ.ଏ)  ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ଲାଗି ପ୍ରଚାର ମଙ୍ଗ ଧରିଛନ୍ତି ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପ୍ରଫୁଲ୍ଲ ମଲ୍ଲିକ। ବୁଧବାର ଦଳର ନେତୃମଣ୍ଡଳୀଙ୍କ ସହ ବିଭିନ୍ନ ପଞ୍ଚାୟତ ବୁଲି ମାରାଥନ୍‌ ପ୍ରଚାର କରି ୧ନଂ. ଜୋନ୍‌ର ବିଜେଡି ପ୍ରାର୍ଥତ୍ନୀ ଦୀପ୍ତିମୟୀ ବିଶ୍ୱାଳ ଏବଂ ଦଳୀୟ ସମର୍ଥତ୍ତ ସରପଞ୍ଚ, ସମିତିସଭ୍ୟଙ୍କ ଲାଗି ଭୋଟ ଭିକ୍ଷା କରିଛନ୍ତି।
ସକାଳେ ମନ୍ତ୍ରୀ ବାଲିଗୋରଡ଼ା, କାନପୁରା, ମହୁଲପାଳ ଏବଂ ଅପରାହ୍ନରେ କାଦୁଆ ପଞ୍ଚାୟତର ବିଭିନ୍ନ ଗ୍ରାମର ଘର ଘର ବୁଲିଥିଲେ। ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ଭାବମୂର୍ତ୍ତି ଏବଂ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ଭୋଟରଙ୍କୁ କହିବା ସହିତ ଦଳୀୟ ପ୍ରାର୍ଥୀଙ୍କୁ ଜୟଯୁକ୍ତ କରାଇବାକୁ ନିବେଦନ କରିଥିଲେ। ଜିଲା ପର୍ଯ୍ୟବେକ୍ଷକ ବିଜୟ କୁମାର ନାୟକ, ଜିଲା ଯୁବ ବିଜେଡି ସଭାପତି ଧର୍ମାନନ୍ଦ ପରିଡ଼ା, ବିଜେଡି ନେତା ମଙ୍ଗତୁଲାଲ୍‌ କାଟାରୁକା, ବିଶ୍ୱରଞ୍ଜନ ସାହୁ, ଶୁଭାଶିଷ ପଣ୍ଡା, ବିନୟ ପରିଡ଼ାଙ୍କ ସମେତ ବହୁ ପ୍ରମୁଖ ବିଜେଡି କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…

ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...

ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…

ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...

୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ

ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ...

ଧାନ କାଟୁଥିବାବେଳେ ଚାଷୀଙ୍କୁ କାମୁଡ଼ିଲା ସାପ, ଆଉ ତା’ ପରେ…

ପରଜଙ୍ଗ,୨୭ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମର ଜଣେ ଚାଷୀ ଗୁରୁବାର ବିଲରେ ଧାନ କାଟୁଥିବା ବେଳେ ସାପ କାମୁଡ଼ାରେ...

ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ଡିଜେଲ ଚୋର, ବୋଲେରୋରେ ଆସି ଗାଡ଼ିରୁ କରୁଛନ୍ତି ଚୋରି

ପରଜଙ୍ଗ୨୬।୧୧(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରୁ ବାଇପାସ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଚେନ ମେଶିନରୁ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri