Posted inଜାତୀୟ

ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ

ନୂଆଦିଲ୍ଲୀ,୧୨ା୨ପି.ଟି.): ସାଧାରଣ ବଜେଟ ଓ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ପରେ ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶୁକ୍ରବାର ଶେଷ ହୋଇଛି। ଜାନୁୟାରୀ ୩୧ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହୋଇଥିଲା ଏବଂ ଫେବୃୟାରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୨୨-୨୩ ବର୍ଷ ଲାଗି ବଜେଟ ଉପସ୍ଥାପନ କରିଥିଲେ। ବଜେଟ ପ୍ରସ୍ତାବ ଉପରେ ଅଧ୍ୟୟନ ଲାଗି ତିନି ସପ୍ତାହ ବିରତି ପରେ ମାର୍ଚ୍ଚ ୧୪ରୁ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ ବୋଲି ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା କହିଛନ୍ତି। ଏପ୍ରିଲ ୮ରେ ଶେଷ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ ଅନୁଦାନ ଦାବି, ବିନିଯୋଗ ବିଧେୟକ, ଅର୍ଥ ବିଧେୟକ ସମେତ ଅନ୍ୟାନ୍ୟ ବିଲ୍‌ ଅଣାଯିବ। କୋଭିଡ୍‌-୧୯ ଚ୍ୟାଲେଞ୍ଜ ସତ୍ତ୍ୱେ ସଦସ୍ୟମାନେ ବିଳମ୍ବିତ ରାତି ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ, ଯେଉଁଥିପାଇଁ ଲୋକ ସଭା ୧୨୧ ପ୍ରତିଶତ ସଫଳ ହୋଇଥିବା ଓମ୍‌ ବିର୍ଲା କହିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ପାଇଁ ୧୨ ଘଣ୍ଟା ପରିବର୍ତ୍ତେ ୧୫ ଘଣ୍ଟା ୧୩ ମିନିଟ ସମୟ ଦିଆଯାଇଥିଲା। ଏଥରେ ୬୦ ସଦସ୍ୟ ଆଲୋଚନାରେ ଭାଗନେବା ସହ ଅନ୍ୟ ୬୦ ଜଣ ଲିଖିତ ବକ୍ତବ୍ୟ ଦାଖଲ କରିଥିଲେ। ତେବେ ପ୍ରଥମ ପର୍ଯ୍ୟାୟ ଅଧିବେଶନର ଶେଷ ଦିନରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତବ୍ୟକୁ ବିରୋଧ କରି କଂଗ୍ରେସ, ଟିଏମ୍‌ସି, ନ୍ୟାଶନାଲ କନ୍‌ଫରେନ୍ସ ଆଦି ଦଳ କକ୍ଷତ୍ୟାଗ କରିଥିଲେ। ସୂଚନାଯୋଗ୍ୟ, ଭାଜପା ୟୁପିରେ କ୍ଷମତାକୁ ନ ଆସିଲେ, ଏହା କଶ୍ମୀର, କେରଳ କିମ୍ବା ପଶ୍ଚିମବଙ୍ଗରେ ପରିଣତ ହୋଇପାରେ ବୋଲି ଯୋଗୀ ଏକ ସଭାରେ କହିଥିଲେ। ଏହାର ପ୍ରତିବାଦରେ କେରଳ କଂଗ୍ରେସର ସଦସ୍ୟମାନେ ମୁଲତବୀ ପ୍ରସ୍ତାବ ଆଣିଥିଲେ। ସେହିପରି ରାଜ୍ୟ ସଭାରେ ଧାର୍ଯ୍ୟ ସମୟଠାରୁ ଅଧଘଣ୍ଟା ଅଧିକ କାର୍ଯ୍ୟ ହୋଇଛି। ଅଧିବେଶନ ସମୟରେ ବାଧ୍ୟବାଧକତାରେ ମୁଲତବୀ ହୋଇ ନ ଥିବା ଉପାଧ୍ୟକ୍ଷ ହରିବଂଶ କହିଛନ୍ତି। ଉଚ୍ଚ ସଦନରେ ବିଶୃଙ୍ଖଳା ବିହୀନ କାର୍ଯ୍ୟଧାରା ପାଇଁ ହରିବଂଶ ଆନନ୍ଦ ବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନାମ ଧରି…

ସିର୍‌ସି/ନୂଆଦିଲ୍ଲୀ,୨୯ା୪:କେନ୍ଦ୍ରରେ କ୍ଷମତାସୀନ ଭାଜପା ଏଥର ମଧ୍ୟ ‘ରାମ ନାମ’ ଧରି ଲୋକ ସଭା ନିର୍ବାଚନ ବୈତରଣୀ ପାର ହେବାକୁ ଉଦ୍ୟମ ଚଳାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ...

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି।...

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri