୭ ବର୍ଷ ହେଲା ନାହାନ୍ତି ସ୍ଥାୟୀ ଡାକ୍ତର, ୫ ପଞ୍ଚାୟତର ଲୋକେ ପାଉନାହାନ୍ତି ସ୍ବାସ୍ଥ୍ୟସେବା

ନାଉଗାଁ,୧୧ା୭(ସ୍ବ.ପ୍ର.): ଗ୍ରାମାଞ୍ଚଳର ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଯୋଜନା ଉପରେ ଯୋଜନା କରିଚାଲିଛନ୍ତି। ପ୍ରତି ୫ ହଜାର ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଉପକେନ୍ଦ୍ର ଓ ୨୫ ହଜାର ଜନସଂଖ୍ୟାକୁ ଆଧାର କରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇଛି। ନିରାମୟ ଯୋଜନାରେ ମାଗଣା ଔଷଧ ଦେବାର ବ୍ୟବସ୍ଥା ହୋଇଛି। କିନ୍ତୁ ଏସବୁ ସତ୍ତ୍ୱେ ଆବଶ୍ୟକ ଡାକ୍ତର ଅଭାବ ଯୋଗୁ ଜନସାଧାରଣ ଉପଯୁକ୍ତ ସ୍ବାସ୍ଥ୍ୟସେବା ପାଇପାରୁ ନାହାନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସରକାରୀସ୍ତରରେ ଏନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଫଳରେ ମାସେ କିମ୍ବା ୨ ମାସ ନୁହେଁ, ଦୀର୍ଘ ୭ ବର୍ଷ ଧରି କେତେକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନ ଥିବା ଦେଖିବାକୁ ମିଳୁଛି।
ନାଉଗାଁ ବ୍ଲକ ଡେରିକି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦେଖାଦେଇଛି ଏଭଳି ସମସ୍ୟା।
ସୂଚନା ଅନୁଯାୟୀ, ୨୦୧୨ରେ ଏଠାରେ ଥିବା ଡାକ୍ତର ନୃସିଂହ ଚରଣ ଦାସଙ୍କୁ ଅନ୍ୟତ୍ର ବଦଳି କରାଯିବା ପରେ ତାଙ୍କ ସ୍ଥାନରେ ଆଉ କାହାକୁ ନିଯୁକ୍ତି ଦିଆଯାଇନାହିଁ। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ୬ ପଞ୍ଚାୟତର ୩୦ ହଜାର ଲୋକ ନିର୍ଭର କରନ୍ତି। ସ୍ଥାୟୀ ଡାକ୍ତର ନ ଥିବାରୁ ଜଣେ ସ୍ବାସ୍ଥ୍ୟ ସେବକଙ୍କ ସହ ରାଷ୍ଟ୍ରୀୟ ବାଲ ବିକାଶ ସଂସ୍ଥାର ଜଣେ ଫାର୍ମାସିଷ୍ଟ ରୋଗୀଙ୍କ ଚିକିତ୍ସା କରୁଛନ୍ତି। ଅନ୍ୟପକ୍ଷରେ ଏହି ସ୍ବାସ୍ଥ୍ୟକେନ୍ଦ୍ରର ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଅଭ୍ୟର୍ଥନା ଗୃହ ନିର୍ମାଣ ହୋଇଥିବାବେଳେ ଶୀତତାପ ନିୟନ୍ତ୍ରିତ କକ୍ଷ ବ୍ୟବସ୍ଥା ହୋଇଛି। ଡାକ୍ତର ନ ଥିବାରୁ ସାଧାରଣ ରୋଗୀ ଖର୍ଚ୍ଚାନ୍ତ ହୋଇ ନାଉଗଁା ଓ ବାଲିକୁଦା ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିବା ପ୍ରକାଶ କରିଛନ୍ତି। ଏଠାରେ ସ୍ଥାୟୀ ଡାକ୍ତର ନିଯୁକ୍ତି ପାଇଁ ସ୍ଥାନୀୟ ଲେକେ ବହୁବାର ଧାରଣା ଓ ଅନଶନ କରିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ନିଯୁକ୍ତି ପାଇଁ ସେମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଅଦ୍ୟାବଧି କୌଣସି ବ୍ୟବସ୍ଥା କରାଯାଇନାହିଁ। ଏ ସମ୍ପର୍କରେ ନାଉଗଁା ସ୍ବାସ୍ଥ୍ୟକେନ୍ଦ୍ରର ଭାରାପ୍ରାପ୍ତ ଅଧିକାରୀ ସୁନନ୍ଦନ ମହାନ୍ତିଙ୍କୁ ପଚାରିବାରେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ୪ ଜଣ ଡାକ୍ତରଙ୍କୁ ନିଯୁକ୍ତି ଦିଆଗଲାଣି। କିନ୍ତୁ ସେମାନେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଧରି କିଏ ଡେପୁଟେଶନରେ ତ ଆଉ କିଏ ଅନ୍ୟତ୍ର ବଦଳି ହୋଇଯାଉଛନ୍ତି ବୋଲି କହିଛନ୍ତି। କେଉଁ କାରଣରୁ ୩ ମାସ ମଧ୍ୟରେ ୪ ଜଣ ଡାକ୍ତର ଏଠାରୁ ବଦଳି ହୋଇଗଲେଣି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକତ୍ସା ଅଧିକାରୀ ଡା. ଅଜୟ କୁମାର ପୋଥାଳଙ୍କୁ ପଚାରିବାରେ ସେ କୌଣସି ଉତ୍ତର ନ ଦେଇ ଏଡାଇ ଯାଉଛନ୍ତି। ତେଣୁ ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ତୁରନ୍ତ ଏଠାରେ ସ୍ଥାୟୀ ଡାକ୍ତର ନିଯୁକ୍ତ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ ୫୦ ହଜାରରୁ ଅଧିକ ଭୋଟରେ ଜିତିବେ: ଚିରଞ୍ଜୀବ

ଜଗତ୍‌ସିଂହପୁର,୨୭ା୪(ପ୍ରମୋଦ କୁମାର ନାୟକ): ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଚିରଞ୍ଜୀବ ବିଶ୍ୱାଳ ବିନା ସର୍ତ୍ତରେ ବିଜେଡିରେ ମିଶିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍‌ସିଂହପୁର...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ

ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍‌ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍‌ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri