ପୁଣି ପୋଷ୍ଟର ଜାରି କଲେ ମାଓବାଦୀ, ଭୋଟ ବର୍ଜନ ପାଇଁ ଆହ୍ବାନ

ବାଲିଗୁଡ଼ା,୧୨ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ମାଓବାଦୀ ସଙ୍ଗଠନ କନ୍ଧମାଳ ଜିଲାରେ ସେତିକି ସ୍ଥିତି ଜାହିର କରୁଥିବା ଦେଖିବାକୁ ମିଳୁଛି। ଶନିବାର ପୁଣି କନ୍ଧମାଳ ଜିଲା କୋଟଗଡ଼ ଥାନା ରଡ଼ିଗୁମା ସ୍କୁଲ ଅଞ୍ଚଳରେ ବାସଧାରା ଘୁମୁସର ନାଗାବଳୀ ଡିଭିଜନରେ ପୋଷ୍ଟର ବ୍ୟାନର ଜାରି ହୋଇଥିବା ଦେଖିବାକୁ ମିଳିଛି । ବ୍ୟାନର ମାଧ୍ୟମରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ୍‌ ବର୍ଜନ କରିବାକୁ ଆହ୍ବାନ ଦେଇଛି ଲାଲ୍‌ ବାହିନୀ। ଏଥିସହିତ ବିପ୍ଳବୀ ଲୋକ ସରକାର ପ୍ରତିଷ୍ଠା କରନ୍ତୁ ବୋଲି ବ୍ୟାନରରେ ଉଲ୍ଲେଖ ଥିବା ଦେଖିବାକୁ ମିଳିଛି। ଦୁର୍ନୀତି, ଦରଦାମ ବୃଦ୍ଧି,ବେରୋଜଗାର, ଦମନ, ବିସ୍ଥାପନ, ଜଙ୍ଗଲ ଜମିପଟ୍ଟା,ପେସା ଆଇନ ଲାଗୁ, ମୌଳିକ ଅଧିକାର ଦାବି କରିଛନ୍ତି ମାଓବାଦୀ। କିଛିଦିନ ପୂର୍ବରୁ ତୁମୁଡ଼ିବନ୍ଧ ଥାନା ବେନାରବାହାଲ ଅଞ୍ଚଳରେ ମାଓବାଦୀ ପୋଷ୍ଟର ଜାରି ହୋଇଥିବା ବେଳେ ପରେ ଫିରିଙ୍ଗିଆ ଥାନା ଅଞ୍ଚଳରେ ରାସ୍ତା କାମକୁ ବିରୋଧ କରି ଲଙ୍କାକାଣ୍ଡ ଭିଆଇଥିଲେ ମାଓବାଦୀ। ରାସ୍ତା କାମରେ ନିୟୋଜିତ ଠିକାସଂସ୍ଥାର ତିନୋଟି ଗାଡ଼ି ପୋଡ଼ି ଦେଇଥିବାବେଳେ ଦିନକ ପରେ ବାଲିଗୁଡ଼ା ବିଜ୍ଞାପିତ ପରିଷଦ ଅଞ୍ଚଳର ସୁନାପାଙ୍ଗା, ପଣସପଡ଼ି, ନୂଆସାହି ଭଳି ବିଭିନ୍ନ ସ୍ଥାନରେ ମାଓବାଦୀ ସଙ୍ଗଠନ ପକ୍ଷରୁ ବ୍ୟାନର ଓ ପୋଷ୍ଟର ଜାରି ହୋଇଥିବା ଦେଖିବାକୁ ମିଳିଥିଲା। ଅନ୍ୟପଟେ ବାରମ୍ବାର ଏଭଳି ଘଟଣାକୁ ଦୃଷ୍ଟିରେ ରଖି ଶୁକ୍ରବାର କନ୍ଧମାଳ ଜିଲାକୁ ପୋଲିସ ବିଭାଗର ନୂଆ ଡିଜିପି ଆସି ମାଓବାଦୀ ଦମନ ପାଇଁ ସବୁ ପ୍ରକାର ସୁବିଧା, ସହଯୋଗ କରିବାକୁ ଜିଲାସ୍ତରୀୟ ସଭା କରି ଫେରିବା ପରେ ପରେ ଲାଲ ବାହିନୀ ପକ୍ଷରୁ ପୁଣି ପୋଷ୍ଟର, ବ୍ୟାନର ମାରିବା ପୋଲିସର ମୁଣ୍ଡବ୍ୟଥାର କାରଣ ପାଲଟିଛି l ଫଳରେ ସୁରକ୍ଷା ଓ ପାଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri