Posted inUncategorized

୩ ଯାଆଙ୍କ ମଧ୍ୟରେ ଲଢ଼େଇ

ଖଇରା,୧୩।୨(ଡି.ଏନ.ଏ.):  ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବାଲେଶ୍ୱର ଜିଲା ଖଇରା ବ୍ଲକ ଗର୍ସଙ୍ଗ ୬ନଂ ଜିଲା ପରିଷଦ ଜୋନରେ ୩ ମହିଳା ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି। ବିଜେଡିରୁ ସୁଷମା ମହାପାତ୍ର, ଭାଜପାରୁ ମିନାକ୍ଷୀ ମହାପାତ୍ର ଓ କଂଗ୍ରେସରୁ ବୀଣାପାଣି ଶୁକ୍ଳ ମଇଦାନକୁ ଓହ୍ଳାଇଛନ୍ତି। ଏହି ୩ ପ୍ରାର୍ଥୀଙ୍କ ଘର ଗର୍ସଙ୍ଗ କାନ୍ଥିସାହିରେ ହୋଇଥିବା ବେଳେ ସେମାନେ ସମ୍ପର୍କରେ ୩ ଯାଆ। ବିଜେଡିର ସୁଷମା ୨ଥର ଜିଲା ପରିଷଦ ସଭ୍ୟା ଭାବେ ବିଜୟୀ ହୋଇଥିବା ବେଳେ ଏଥର ହ୍ୟାଟ୍ରିକ ଲକ୍ଷ୍ୟରେ ପ୍ରଚାର ଚଳାଇଛନ୍ତି। ଗତ ୨୦୧୭ରେ ନିର୍ବାଚନ ଲଢୁଥିବା ଭାଜପାର ମିନାକ୍ଷୀ ପୁନର୍ବାର ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇଛନ୍ତି। ସେହିଭଳି କଂଗ୍ରେସର ବୀଣାପାଣି ନୂଆମୁହଁ ହୋଇଥିବାରୁ କଂଗ୍ରେସର ଆଦର୍ଶ ଓ ବିଚାରଧାରାକୁ ପାଥେୟ କରି ନିର୍ବାଚନ ବୈତରଣୀ ପାର ହେବାକୁ ଆଶା ରଖିଛନ୍ତି। ବିଜେଡି ପାଇଁ ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଭାଜପା ପାଇଁ ପୂର୍ବତନମନ୍ତ୍ରୀ ପଦ୍ମଲୋଚନ ପଣ୍ଡା, ଯୁବନେତା ନୀଳମାଧବ ପଣ୍ଡା ଏବଂ କଂଗ୍ରେସ ପାଇଁ ପ୍ରାକ୍ତନ ଏମ୍‌ପି ତଥା ପୂର୍ବତନ ରାଜ୍ୟ ଉପସଭାପତି ଅନନ୍ତ ପ୍ରସାଦ ସେଠୀ ପ୍ରଚାର ମଙ୍ଗ ଧରିଛନ୍ତି ା ଗର୍ସଙ୍ଗରେ କଂଗ୍ରେସର ଭଲ ଭୋଟ ବ୍ୟାଙ୍କ ଥିବା ବେଳେ ଅନ୍ୟ ୭ଟି ପଞ୍ଚାୟତରେ ସଙ୍ଗଠନ ସୁଦୃଢ ନ ଥିବାରୁ ଲଢେଇ ମୁଖ୍ୟତଃ ବିଜେଡି ଓ ଭାଜପା ମଧ୍ୟରେ ହେବାର ସମ୍ଭାବନା ଅଧିକ। ରପେୟା, ବଡଜୟୀପୁର, ମାଣିତ୍ରୀ ଭଳି କିଛି ପଞ୍ଚାୟତରେ ବିଜେଡିର ଅସନ୍ତୁଷ୍ଟ ଗୋଷ୍ଠୀକୁ ନିଜ ପକ୍ଷକୁ ନେବାକୁ ଭାଜାପା ପ୍ରାର୍ଥୀ ଉଦ୍ୟମ କରୁଥିବା ବେଳେ ବିଜେଡି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଜ୍ୟୋତିପ୍ରକାଶଙ୍କ ବିକାଶମୂଳକ କାର୍ଯ୍ୟକୁ ନେଇ ନିର୍ବାଚନ ବୈତରଣୀ ପାର ହେବାକୁ ଆଶା ବାନ୍ଧିଛନ୍ତି। ମାଣିତ୍ରୀ ଭଳି କିଛି ପଞ୍ଚାୟତରେ ବିଜେଡି ସମର୍ଥତ୍ତ ସରପଞ୍ଚ ସମିତିସଭ୍ୟା ପ୍ରାର୍ଥୀଙ୍କୁ ହରାଇବାକୁ ବିରୋଧୀ ଏକଜୁଟ ହୋଇଥିବା ବେଳେ ସାରଡାଙ୍ଗ, ଝିଙ୍କିରିଆ, ଗର୍ସଙ୍ଗ ଓ ଅନ୍ତରାରେ ଦ୍ୱିମୁଖୀ ପ୍ରତିଦ୍ୱନ୍ଦିତା ହେଉଥିବାରୁ ହାରଜିତ ବ୍ୟବଧାନ ହାର ଯଥେଷ୍ଟ କମ୍‌ ରହିବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri