Posted inUncategorized

ସୁରକ୍ଷାରେ ୪୦ ପ୍ଲାଟୁନ୍‌ ଫୋର୍ସ

ପୁରୀ ଅଫିସ,୧୩।୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୧୯ ତାରିଖରେ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ଓ ଶରଧାବାଲି କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଶନିବାର ପୁରୀ ସର୍କିଟ ହାଉସ୍‌ରେ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରିଥିଲେ। ହେଲିପ୍ୟାଡ୍‌, ଶ୍ରୀମନ୍ଦିର, ରାଜଭବନ ଏବଂ ଶରଧାବାଲିକୁ ସଂଯୋଗ କରୁଥିବା ରାସ୍ତା ଯାଞ୍ଚ ଓ ମରାମତି, ନିରବଚ୍ଛିନ୍ନ ବିଦ୍ୟୁତ୍‌ସେବା, ପରିମଳ, ଡାକ୍ତରୀ ଦଳ ଓ ଆମ୍ବୁଲାନ୍ସ ବ୍ୟବସ୍ଥା, ଆତିଥେୟତା ଆଦି ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଛି। ଗସ୍ତ ସମୟରେ ୪୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ଓ ଦୁଇଶହ ଅଧିକାରୀ ମୁତୟନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜିଲାପାଳ ବର୍ମା ଅଧିକାରୀମାନଙ୍କୁ ବିଭିନ୍ନ ଦାୟିତ୍ୱ ବଣ୍ଟନ କରିଛନ୍ତି।
ଜିଲାପାଳ କହିଛନ୍ତି, ବୈଠକରେ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ବିସ୍ତୃତ ଭାବେ ଆଲୋଚନା ହୋଇଛି। ରାଷ୍ଟ୍ରପତିଙ୍କର ବିଭିନ୍ନ କାର୍ଯ୍ୟକ୍ରମ ରହିଥିବାରୁ କିଭଳି ବିଭାଗୀୟ ସହଯୋଗିତାରେ ସୁରୁଖୁରୁରେ କାର୍ଯ୍ୟ ହୋଇପାରିବ ତାହା ମୁଖ୍ୟ ଆଲୋଚ୍ୟ ପ୍ରସଙ୍ଗ ଥିଲା। ରାଷ୍ଟ୍ରପତିଙ୍କ ଗସ୍ତ ଦିନ ଯଥାସମ୍ଭବ ସର୍ବନିମ୍ନ ସମୟ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଅନ୍ୟ ସମୟରେ ଶ୍ରଦ୍ଧାଳୁ ଯେପରି ସୁରୁଖୁରୁରେ ଦର୍ଶନ କରିପାରିବେ ସେନେଇ ବ୍ୟବସ୍ଥା ହେବ ବୋଲି ଜିଲାପାଳ କହିଛନ୍ତି। ସେହିପରି ଏସ୍‌ପି କନୱର ବିଶାଲ ସିଂ କହିଛନ୍ତି, ରାଷ୍ଟ୍ରପତିଙ୍କ ଗସ୍ତ ବେଳେ ସୁରକ୍ଷାରେ କୌଣସି ପ୍ରକାର ସମସ୍ୟା ରହିବ ନାହିଁ। ପୋଲିସ ପ୍ରଶାସନ ଏ ନେଇ ଗୁରୁତ୍ୱର ସହ ଦୃଷ୍ଟି ଦେଉଛି। ପ୍ରୋଟୋକଲ୍‌ ଅନୁଯାୟୀ ସମସ୍ତ ପ୍ରସ୍ତୁତି କରାଯିବ। ସେହିଦିନ ପୁରୀ ସଦରରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଥିବାବେଳେ ରାଷ୍ଟ୍ରପତିଙ୍କ ଗସ୍ତ ମଧ୍ୟ ରହିଛି। ତେବେ ଏଥିପାଇଁ ପୋଲିସ ପ୍ରଶାସନ ପ୍ରସ୍ତୁତ ରହିଛି ବୋଲି ଏସ୍‌ପି ପ୍ରକାଶ କରିଛନ୍ତି। ଗୌଡୀୟ ମଠର ସହକାରୀ ସମ୍ପାଦକ ସୁଦ୍ଧାଦ୍ୱେତି ମହାରାଜ କହିଛନ୍ତି, ବୈଠକରେ ପ୍ରଶାସନିକ ପ୍ରସ୍ତୁତି ସମ୍ପର୍କରେ ମଠ କର୍ତ୍ତୃପକ୍ଷଙ୍କୁ ଅବଗତ କରାଗଲା। ମଠକୁ ଆସିବା ପରେ ରାଷ୍ଟ୍ରପତିଙ୍କୁ କିଭଳି ସ୍ବାଗତ କରାଯିବ, ସେଠାକାର କାର୍ଯ୍ୟକ୍ରମ ଓ ଶରଧାବାଲି କାର୍ଯ୍ୟକ୍ରମ ପରିଚାଳନା ସମ୍ପର୍କରେ ଆଲୋଚନା କରାଯାଇଛି। ପ୍ରଶାସନ ମଠର ସାଧୁସନ୍ଥଙ୍କ ପାଇଁ ସ୍ବତନ୍ତ୍ର ପରିଚୟପତ୍ର ବ୍ୟବସ୍ଥା କରିବ। ପରିଚୟପତ୍ର ଥିବା ମଠର ସାଧୁସନ୍ଥମାନେ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ପ୍ରଶାସନ ଜଣାଇଛି। ବୈଠକରେ ଜିଲାପାଳ ଏବଂ ଏସ୍‌ପିଙ୍କ ସମେତ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ସୁଭାଷ ଚନ୍ଦ୍ର ନାଥଶର୍ମା, ଉପଜିଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍‌ପି ମିହିର ପଣ୍ଡା, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସୁଜାତା ମିଶ୍ର, ଆଞ୍ଚଳିକ ପରିବହନ ଅଧିକାରୀ ସମୀର କୁମାର ଦଳାଇ ଏବଂ ଚୈତନ୍ୟ ଗୌଡୀୟ ମଠର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri