ନକଲି ମାୱା ମସଲା, ଗୁଟ୍‌ଖା କାରଖାନାରେ ଚଢ଼ାଉ

ଦିଗପହଣ୍ଡି,୧୩।୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଚାଲିଥିବା ନକଲି ମାୱା ମସଲା ଏବଂ ଗୁଟ୍‌ଖା କାରଖାନା ଉପରେ ଶୁକ୍ରବାର ରାତିରେ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ମାଦକ ସାମଗ୍ରୀ ଜବତ କରିଛି। ଏହି ଘଟଣାରେ ଶେରଗଡ଼ ଥାନା କୁରୁଳା ଗ୍ରାମର ଶିବଶଙ୍କର ପଣ୍ଡିତଙ୍କୁ ପୋଲିସ ଶନିବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଯାଇଛି। ଉକ୍ତ କାରଖାନାରେ ବେଆଇନ ଭାବେ ତମାଖୁରୁ ପ୍ରସ୍ତୁତ ମାୱା ମସଲା ଓ ଗୁଟ୍‌ଖାକୁ ବିଭିନ୍ନ ନାମୀଦାମୀ କମ୍ପାନୀର ନକଲି ଲେବୁଲ ଲଗାଇ ଗ୍ରାମାଞ୍ଚଳରେ ବିକ୍ରି କରାଯାଉଥିଲା। ପାଟପୁର ପୋଲିସ ରାତିରେ ଡେଙ୍ଗାଉସ୍ତା ଗ୍ରାମରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଗୁଟ୍‌ଖା ବୋଝେଇ ଗାଡ଼ିକୁ ସନ୍ଦେହ କରି ଅଟକ ରଖିଥିଲା। ପଚରାଉଚୁରା କରିବା ପରେ ଏସ.ଟିକରପଡ଼ା ଗ୍ରାମ ଗଣେଶନଗରଠାରେ ଏକ ଘରେ ବେଆଇନ ଭାବେ ମାୱା ମସଲା ଓ ଗୁଟ୍‌ଖା ପ୍ରସ୍ତୁତ କାରଖାନା ଚାଲିଥିବା ସୂଚନା ମିଳିଥିଲା। ପୋଲିସ ଟିମ୍‌ ସେଠାରେ ଚଢାଉ କରି ମାୱା ମସଲା ପ୍ରସ୍ତୁତ ମେଶିନ, ମୋଟର ସମେତ ବିପୁଳ ପରିମାଣର ତମାଖୁ, ପାନମହୁରି, ଗୁଣ୍ଡଗୁଆ, ଧନିଆ, ଗୁଟ୍‌ଖାରେ ମିଶ୍ରଣ ପାଇଁ ପ୍ରସ୍ତୁତ ପାଉଡର, ୫୫୫ ଲେଖାଥିବା ବିପୁଳ ପରିମାଣର ଲେବୁଲ୍‌ ଆଦି ଜବତ କରିଥିଲା। ଏ ନେଇ ପାଟପୁର ଥାନା ନଂ. ୫୦/୨୨ ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଦୀର୍ଘଦିନ ହେଲା ଏହି ବେଆଇନ କାରଖାନା ଚଳାଇଥିବା ଶିବଶଙ୍କରଙ୍କୁ ପୋଲିସ ଗିରଫ କରିଥିଲା ବୋଲି ପାଟପୁର ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଆସିକା ଏସ୍‌ଡିପିଓ ଉମାଶଙ୍କର ସିଂ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri