Odisha Elections 2024

ଭୋଟ ବର୍ଜନ ନିଷ୍ପତ୍ତି ପରେ ବଦଳିଲା ଗାଁ ଚିତ୍ର: ମିଳିଲା ରାସ୍ତା, ବିଜୁଳି, ପାନୀୟ ଜଳ

ରାୟଗଡ଼ା ଅଫିସ,୧୩।୨: ଭୋଟ ବର୍ଜନ ନିଷ୍ପତ୍ତି ପରେ ଗାଁ ଚିତ୍ର ବଦଳିଯାଇଛି। ରାୟଗଡ଼ା ଜିଲା ସଦରଠାରୁ ମାତ୍ର ୧୫ କି.ମି. ଦୂର ଗୁମ୍ମା ପଞ୍ଚାୟତର କଟାଗଣ୍ଡା ଗାଁକୁ ବିଦ୍ୟୁତ୍‌ ସଂଯୋଗ ସହ ପାନୀୟ ଜଳ ଯୋଗାଣ ହୋଇଛି। ସେହିପରି ରାସ୍ତା କାମ ମଧ୍ୟ ଚାଲିଛି। ବିଜୁଳି ଏବଂ ପାନୀୟ ଜଳ ସମସ୍ୟାକୁ ନେଇ ଦୀର୍ଘ ଦିନରୁ ଗ୍ରାମବାସୀ ସମସ୍ୟା ଭୋଗୁଥିଲେ। ବାରମ୍ବାର ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ସମସ୍ୟାର ସମାଧାନ ହୋଇ ନ ଥିଲା। ତେଣୁ ପଞ୍ଚାୟତ ନିର୍ବାଚନ ବର୍ଜନ ପାଇଁ ଗ୍ରାମବାସୀ ନିଷ୍ପତ୍ତି ନେଇଥିଲେ। ଗ୍ରାମବାସୀଙ୍କ ଏହି ଚେତାବନୀ ଗାଁକୁ ମୌଳିକ ସୁବିଧା ପହଞ୍ଚିବାର ବାଟ ଖୋଲିଛି। ଜେସିବି ସାହାଯ୍ୟରେ ପାହାଡ଼ କଟାଯାଇ ରାସ୍ତା କାମ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଗ୍ରାମରେ ପ୍ରାୟ ୧୮ ପରିବାର ବସବାସ କରୁଥିବାବେଳେ ଭତ୍ତା ଓ ପିଡିଏସ ସାମଗ୍ରୀ ଆଣିବl ପାଇଁ ୨୫ କି.ମି. ଜଙ୍ଗଲ ରାସ୍ତା ଡେଇଁ ଯିବାକୁ ପଡ଼ୁଥିଲା। ଗାଁକୁ ପକ୍କାରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ପହଞ୍ଚିପାରୁନି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ରାସ୍ତା ନିର୍ମାଣ ପରେ ଗ୍ରାମବାସୀଙ୍କୁ ସମସ୍ତ ସରକାରୀ ସୁବିଧା ଯୋଗାଇ ଦିଆଯିବ ବୋଲି ରାୟଗଡ଼ା ବିଡିଓ ଲକ୍ଷ୍ମୀ ନାରାୟଣ ସାବତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କୁ ମିଳୁନି ମହୁଲର ଉଚିତ ମୂଲ୍ୟ

ରାୟଗଡ଼ା,୧୭।୫(ଆଶିଷ ରଞ୍ଜନ ପଣ୍ଡା): ଜଙ୍ଗଲଜାତ ଦ୍ରବ୍ୟ ମହୁଲ ପାଇଁ ରାୟଗଡ଼ା ଜିଲାର ରହିଛି ସ୍ବତନ୍ତ୍ର ପରିଚୟ। ହେଲେ ମହୁଲ କ୍ରୟ ଉପରେ କୌଣସି ବିଭାଗର ନିୟନ୍ତ୍ରଣ...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ

ବିଷମ କଟକ,୧୫।୫(ବିଭୂତି ଭୂଷଣ ନାୟକ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯...

ମତଦାନ ସାବ୍ୟସ୍ତ କଲେ ଏମ୍‌ପି ସପ୍ତଗିରି

ରାୟଗଡ଼ା,୧୩ା୫(ଆଶିଷ ରଞ୍ଜନ ପଣ୍ଡା): ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନରେ କୋରାପୁଟ ଲୋକ ସଭା ଓ ରାୟଗଡ଼ା ଜିଲାର ରାୟଗଡ଼ା, ବିଷମକଟକ ଓ ଗୁଣପୁରଠାରେ ମତଦାନ ଆରମ୍ଭ...

ମତଦାନ ସାବ୍ୟସ୍ତ କଲେ ମନ୍ତ୍ରୀ ଜଗନ୍ନାଥ ସାରକା

ବିଷମକଟକ,୧୩ା୫(ବିଭୂତି ଭୂଷଣ ନାୟକ): ସୋମବାର ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ନିର୍ଗୁଣ୍ଡି ମତଦାନ କେନ୍ଦ୍ରରେ ଭୋଟ୍‌ ଦେବାକୁ ଲୋକମାନେ ସକାଳୁ ଧାଡ଼ିରେ ଠିଆ ହୋଇଥିଲେ।...

ରାସ୍ତା, ପାଣି ସୁବିଧା ନ ହେଲେ ଭୋଟ ଦେବୁନି

ରାୟଗଡ଼ା,୧୦।୫(ଭାଗ୍ୟଶ୍ରୀ ମିଶ୍ର ): ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଆଜି ବି ଅନେକ ଅଞ୍ଚଳ ଅପହଞ୍ଚ l କଲ୍ୟାଣସିଂପୁରର ୧୫ ନମ୍ବର ୱାର୍ଡରେ ଥିବା ଘାଗୁଡ଼ିମାଳ...

ଓଡ଼ିଶାରେ ପରିବର୍ତ୍ତନ ପବନ ବହୁଛି: ରାଜନାଥ

ରାୟଗଡ଼ା,୯।୫(ଆଶିଷ ରଞ୍ଜନ ପଣ୍ଡା)ଏଥର ଓଡ଼ିଶାରେ ସରକାର ଗଠନ କରିବ ଭାଜପା। ରାଜ୍ୟର ବିକାଶ ପାଇଁ ଚଳିତ ନିର୍ବାଚନରେ ଓଡ଼ିଶାବାସୀ ଭାଜପାକୁ ବହୁଳ ଭୋଟ୍‌ରେ ବିଜୟୀ କରାଇବେ।...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri