୨୮ ଗାଡ଼ିମାଲିକଙ୍କ ବିରୋଧରେ ଗିରଫ ପରୱାନା

ବାଲେଶ୍ୱର ଅଫିସ, ୧୪ା୨:  ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ବାଲେଶ୍ୱର ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଗାଡ଼ି ଅଧିଗ୍ରହଣ ପ୍ରକ୍ରିୟା ଜାରି ରହିଛି ା ସ୍ଥାନୀୟ ରିଜର୍ଭ ପୋଲିସ ପରେଡ୍‌ ପଡ଼ିଆଠାରେ ଏହି କାର୍ଯ୍ୟ ଚାଲିଛି। ପୋଲିଂ ପାର୍ଟି ଓ ପୋଲିସର ବ୍ୟବହାର ପାଇଁ ଏହି ଗାଡ଼ିଗୁଡ଼ିକୁ ନିୟୋଜିତ କରାଯିବ। ତେବେ ଫେବୃୟାରୀ ୧୨ତାରିଖରେ ରିପୋର୍ଟ କରିବାକୁ ଥିବା କେତେଜଣ ଗାଡ଼ି ମାଲିକ ପ୍ରଶାସନିକ ଆଦେଶକୁ ଅମାନ୍ୟ କରି ଅନୁପସ୍ଥିତ ଅଛନ୍ତି। ଏହି ପରିପ୍ରେକ୍ଷୀରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସେମାନଙ୍କ ବିରୋଧରେ ଲୋକ ପ୍ରତିନିଧିତ୍ୱ ଅଧିନିୟମ-୧୯୫୧ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ୨୮ଜଣ ଗାଡ଼ି ମାଲିକଙ୍କ ବିରୋଧରେ ଗିରଫ ପରୱାନା ଜାରି କରାଯାଇଛି।
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ପ୍ରାୟ ୧୩ଶହ ଗାଡ଼ି ଅଧିଗ୍ରହଣ ପାଇଁ ଲକ୍ଷ୍ୟ ରଖାଯାଇଛି। ଆସନ୍ତା ଫେବୃୟାରୀ ୧୪ତାରିଖ ସକାଳ ୭ଟା ସୁଦ୍ଧା ସେମାନଙ୍କୁ ଭୋଗରାଇ ଓ ଜଳେଶ୍ୱର ବିତରଣ କେନ୍ଦ୍ରରେ ରିପୋର୍ଟ କରିବାକୁ କୁହାଯାଇଛି। ସେହିପରି ଯେଉଁ ଗାଡ଼ିମାଲିକମାନେ ସେମାନଙ୍କ ଗାଡ଼ି ବେସରକାରୀ କାର୍ଯ୍ୟାଳୟ/କମ୍ପାନୀ ଅଥବା ଅନ୍ୟଆଡେ ନିୟୋଜିତ ଥିବା ଦର୍ଶାଇ ପଞ୍ଚାୟତ ନିର୍ବାଚନ କାର୍ଯ୍ୟରୁ ବାଦ୍‌ ଦେବା ପାଇଁ ଆବେଦନପତ୍ର ଦେଇଥିଲେ ସେମାନଙ୍କ ଆବେଦନକୁ ମଧ୍ୟ ଖାରଜ କରାଯାଇଛି। ସେମାନଙ୍କୁ ତୁରନ୍ତ ନିର୍ବାଚନ କାର୍ଯ୍ୟରେ ଯୋଗଦେବା ପାଇଁ କୁହାଯାଇଛି। ଯେଉଁମାନେ ଏହି ଆଦେଶକୁ ଅମାନ୍ୟ କରିବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ା ପଞ୍ଚାୟତ ନିର୍ବାଚନର ସମସ୍ତ ପ୍ରକ୍ରିୟାକୁ ସୁରୁଖୁରୁରେ ସମ୍ପାଦନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରାୟ ୨୫ଶହ ଗାଡି ଅଧିଗ୍ରହଣ କରାଯିବ। ତେବେ ଆବଶ୍ୟକତା ଅନୁଯାୟୀ ପର୍ଯ୍ୟାୟକ୍ରମେ ଗାଡ଼ି ଅଧିଗ୍ରହଣ ଜାରି ରହିବ ବୋଲି ଆଞ୍ଚଳିକ ପରିବହନ ଅଧିକାରୀ ରଶ୍ମିରଞ୍ଜିତ ଦଳବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri