‘ଫନୀ’ ମୁକାବିଲା ପାଇଁ ପ୍ରଶାସନିକ ପ୍ରସ୍ତୁତି

ଅନୁଗୋଳ ଅଫିସ, ୩୦।୪ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଫନୀ ଆସନ୍ତା ୪ ତାରିଖରେ ଓଡ଼ିଶା ଉପକୂଳ ଛୁଇଁବା ନେଇ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଏହାର ପ୍ରଭାବରେ ଘଣ୍ଟାକୁ ପ୍ରାୟ ୧୮୦ କିମି ବେଗରେ ପବନ ବହିବା ସହ ପ୍ରବଳ ବର୍ଷାର ଆଶଙ୍କା କରାଯାଉଛି। ଏହାର ମୁକାବିଲା ପାଇଁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଏକ ପ୍ରସ୍ତୁତି ବୈଠକ ବସିଥିଲା। ସମସ୍ତ ବିଭାଗୀୟ ଅଧିକାରୀମାନେ ଆନୁଷଙ୍ଗିକ ବ୍ୟବସ୍ଥା ସହ ସଜାଗ ଓ ସତର୍କ ରହିବା ପାଇଁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଏଥିସହ କେହି ବିନା ଅନୁମତିରେ ମୁଖ୍ୟ ଦପ୍ତର ଛାଡ଼ି ପାରିବେ ନାହିଁ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲାର ବାତ୍ୟା ଆଶ୍ରୟ ସ୍ଥଳରେ ଖାଦ୍ୟ ଓ ଔଷଧ ମହଜୁଦ ରଖିବାକୁ ଗୁରୁତ୍ୱ ଦିଆଯାଇଥିଲା। ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାରମାନେ ଆସନ୍ତା ୨ ତାରିଖରୁ ଡାକବାଜି  ଯନ୍ତ୍ର ଯୋଗେ ପ୍ରଚାର କରି ଲୋକମାନଙ୍କୁ ସଚେତନ କରିବାକୁ ପରାମର୍ଶ ଦିଆଯାଇଛି। ଜିଲାର ତଳିଆ ଅଞ୍ଚଳ ଆଠମଲ୍ଲିକ, ବନ୍ତଳା, କଣିହଁା ଓ ଟିକରପଡ଼ା ପ୍ରଭୃତି ସ୍ଥାନରେ ଲୋକମାନଙ୍କୁ ଉଚ୍ଚା ଓ ନିରାପଦ ସ୍ଥାନକୁ ନେବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯିବ। ବାତ୍ୟା ପୂର୍ବରୁ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ କରିବା ସହ ପରେ ଏହାର ପୁନରୁଦ୍ଧାର କରିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ବାତ୍ୟା ପରେ ରାସ୍ତାରେ ଗଛ ପଡିଥିଲେ ଏହାକୁ ଯୁଦ୍ଧକାଳୀନ ଭିତ୍ତିରେ ସେଠାରୁ ହଟାଯିବା ସହ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଡାକ୍ତରୀ ଦଳ ଓ ଆମ୍ବୁଲାନ୍ସ ପ୍ରସ୍ତୁତ ରଖିବାକୁ ପରାମର୍ଶ ଦିଆଯାଇଛି। ବାତ୍ୟା ସମୟରେ ଶୁଖିଲା ଖାଦ୍ୟ ସହ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବା ପାଇଁ ରିଟେଲରମାନେ ଆଗୁଆ ଏହାକୁ ଗଚ୍ଛିତ ରଖିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଚଳିତ ମାସ ୩୦ ତାରିଖରୁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଗୃହପାଳିତ ପଶୁମାନଙ୍କ ପାଇଁ ଆବଶ୍ୟକ ଖାଦ୍ୟ ପଦାର୍ଥ ଗଚ୍ଛିତ ରଖିବା ସହ ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ଅମରେନ୍ଦ୍ରନାଥ ମହାନ୍ତି, ଜିଲା ଜରୁରିକାଳୀନ ଅଧିକାରୀ ବୈତୁରା ଦୀପ୍‌ଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri