କାନାଡାରେ ୫୦ ବର୍ଷ ମଧ୍ୟରେ ପ୍ରଥମଥର ଲାଗୁ ହେଲା ଏମରଜେନ୍ସି

ଓଟାୱା,୧୫ ।୨: କାନାଡାରେ କରୋନା ମହାମାରୀକୁ ନେଇ ଲାଗିଥିବା ପ୍ରତିବନ୍ଧକକୁ ବିରୋଧ କରି କରାଯାଉଥିବା ପ୍ରଦର୍ଶନକୁ ରୋକିବା ପାଇଁ ସେଠାରେ ସୋମବାରଠାରୁ ଏମରଜେନ୍ସି ଲାଗୁ କରାଯାଇଛି । ଏଏନ୍‌ଆଇର ସୂଚନା ଅନୁଯାୟୀ, କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଦେଶରେ ଜରୁରୀକାଳୀନ ପରିସ୍ଥିତି ଅଧିନିୟମ ଲାଗୁ କରିଛନ୍ତି । କରୋନା ମହାମାରୀକୁ ନେଇ ଲାଗିଥିବା ପ୍ରତିବନ୍ଧକକୁ ବିରୋଧ କରି ସେଠାରେ ବିରୋଧ ପ୍ରଦର୍ଶନ ଚାଲିଛି । ଦେଶବ୍ୟାପୀ ଟ୍ରକ୍ ଡ୍ରାଇଭରମାନେ ଉଗ୍ର ପ୍ରଦର୍ଶନ କରିବାରୁ ପ୍ରଧାନମନ୍ତ୍ରୀ ଦେଶରେ ଏମରଜେନ୍ସି ଲାଗୁ କରିଛନ୍ତି । ୫୦ ବର୍ଷ ମଧ୍ୟରେ ଏହା ପ୍ରଥମଥର ଲାଗି କରାଯାଇଛି । ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ କହିଛନ୍ତି ଟ୍ରକ୍ ଡ୍ରାଇଭରମାନଙ୍କ ବିରୋଧକୁ ଶେଷ କରିବାକୁ ସେ ଦେଶରେ ଏମରଜେନ୍ସି ଲାଗୁ କରିଛନ୍ତି ଯାହା ଅତ୍ୟନ୍ତ ଜରୁରୀ ପରିସ୍ଥିତରେ ଲାଗୁ କରାଯାଇଥାଏ । ପ୍ରଧାନମନ୍ତ୍ରୀ କହିଛନ୍ତି ଏହାଦ୍ୱାରା ଜନତାଙ୍କର ସୁରକ୍ଷା ସହ ଅର୍ଥନୀତିର ବି ସୁରକ୍ଷା ହୋଇପାରିବ । ଆମେ ଅବୈଧ ଗତିବିଧିକୁ ଆଗକୁ ବଢିବାକୁ ଦେବୁନାହିଁ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri