ଜିଲା ପରିଷଦ ପ୍ରାର୍ଥୀ, ଖବରଦାତାଙ୍କୁ ଆକ୍ରମଣ

ପିପିଲି,୧୫।୨(ଡି.ଏନ୍‌.ଏ./ସ୍ବ.ପ୍ର.):ପିପିଲି ତେଇସିପୁର ପଞ୍ଚାୟତ ଅନ୍ତର୍ଗତ ପୋଟଳ ଗ୍ରାମରେ ସୋମବାର ନିର୍ବାଚନ ପ୍ରଚାର କରୁଥିବା ସମୟରେ ଜିଲା ପରିଷଦ ପ୍ରାର୍ଥୀ ଧରଣୀଧର ସାହୁଙ୍କ ଉପରେ ବିପକ୍ଷ ଗୋଷ୍ଠିର କେତେକ ଅସାମାଜିକ ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିସହ ସେଠାକୁ ଖବର ସଂଗ୍ରହ କରିବାକୁ ଯାଇଥିବା ଖବରଦାତା ବିଜୟ କୁମାର ମହାପାତ୍ରଙ୍କୁ ମଧ୍ୟ ଆକ୍ରମଣ ହୋଇଛି। ଏଥିରେ ମହାପାତ୍ରଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗୁରୁତର ଆଘାତ ଲାଗିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଆକ୍ରମଣକାରୀଙ୍କୁ ଗିରଫ ଦାବିରେ ପ୍ରାର୍ଥୀ ସାହୁଙ୍କ ସମର୍ଥକମାନେ ପୋଡଙ୍ଗ ଗ୍ରାମ୍ୟଛକ ନିକଟରେ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ଅବରୋଧ କରିଥିଲେ।
ପିପିଲି ବ୍ଲକ ୨୪ନଂ ଜିଲା ପରିଷଦ ଜୋନ୍‌ର ବିଜେଡି ପ୍ରାର୍ଥୀ ଧରଣୀଧର ସାହୁ ସୋମବାର ସନ୍ଧ୍ୟାରେ ପୋଟଳ ଗ୍ରାମରେ ଭୋଟ୍‌ ପ୍ରଚାର କରୁଥିଲେ। ଏହି ସମୟରେ ବିରୋଧୀ ରାଜନୈତିକ ଗୋଷ୍ଠୀର କେତେକ ଅସାମାଜିକ ଯୁବକ ସେଠାରେ ପହଞ୍ଚତ୍ ଧରଣୀଧରଣଙ୍କୁ ବିଭିନ୍ନ ଗାଳିଗୁଲଜ କରିବା ସହ ଆକ୍ରମଣ କରିଥିଲେ। ଏତିକିବେଳେ ସେଠାରେ ଉପସ୍ଥିତ ଖବରଦାତା ବିଜୟ କୁମାର ମହାପାତ୍ରଙ୍କୁ ମଧ୍ୟ ଦୁର୍ବୃତ୍ତମାନେ ଆକ୍ରମଣ କରିଥିଲେ। ଆକ୍ରମଣରେ ବିଜୟଙ୍କ ବାମହାତ ଭାଙ୍ଗି ଯାଇଥିଲା। ଏହାକୁ ନେଇ ଧରଣୀଧରଙ୍କ ସମର୍ଥକମାନେ ପାଡଙ୍ଗ ଗ୍ରାମ ଛକ ନିକଟରେ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ସନ୍ଧ୍ୟା ସାଢେ ୬ଟାରୁ ଅବରୋଧ କ଼ରିଥିଲେ। ଖବରପାଇ ପିପିଲି ଏସ୍‌ଡିପିଓ ଦେବଦତ୍ତ ବରାଳ ଓ ଥାନାଧିକାରୀ ପହଞ୍ଚତ୍ ଆଲୋଚନା କରିବା ପରେ ସାଢେ ୭ଟାରେ ରାସ୍ତା ଅବରୋଧ ହଟିଥିଲା। ତେବେ ଖବରଦାତା ବିଜୟଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପିପିଲି ଅଞ୍ଚଳର କାର୍ଯ୍ୟରତ ଖବରଦତାମାନେ ଦାବି କରିଛନ୍ତି। ଉଭୟଙ୍କୁ ଚିକିତ୍ସା ଲାଗି ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘଟଣା ସମ୍ପର୍କରେ ଶୁଣି ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ବିଧାୟକ ରୁଦ୍ର ମହାରଥୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଆହତଦ୍ୱୟଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri