ଭୋଜି ନ ଖାଇବାରୁ ୩ ଭାଇଙ୍କୁ ଆକ୍ରମଣ

ଆଳି,୧୫।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ୩୪ ପଞ୍ଚାୟତ ମଧ୍ୟରୁ ମାଣିକପାଟଣାରେ ଗୋଟିଏ ପରିବାର ଏକ ପକ୍ଷରୁ ହେଉଥିବା ଭୋଜି ଖାଇବାକୁ ନ ଯିବାରୁ ଆକ୍ରମଣ କରାଯାଇଛି। ଆକ୍ରମଣରେ ପରିବାରର ୩ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଆଳି ଥାନାରେ ଗାଁର ସଞ୍ଜୟ ଦାସ କରିଥିବା ଅଭିଯୋଗ ଅନୁଯାୟୀ, ରବିବାର ରାତିରେ ଚିନ୍ମୟ ତରାଇ ତାଙ୍କ ପୁତୁରାକୁ ଭୋଜି ଖାଇବାକୁ ଡାକିଥିଲେ। ସେ ଏତେ ରାତିରେ ଭୋଜି ଖାଇବାକୁ ଯିବନାହଁ ବୋଲି କହିବାରୁ ଚିନ୍ମୟ ତାଙ୍କ ସହ ଯୁକ୍ତିତର୍କ କରିଥିଲେ। ସେଠାରୁ ପଳାଇଯାଇ କିଛି ସମୟ ପରେ ଚିନ୍ମୟ, ପପି ତରାଇ, ବାପି ତରାଇ, ନିରଞ୍ଜନ ତରାଇ, ପ୍ରତାପ ଜେନା, ସୁଧାଂଶୁ ଜେନା, ହିମାଂଶୁ ଜେନାଙ୍କ ସମେତ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ତାଙ୍କ ଘର ବାହାରେ ପହଞ୍ଚତ୍ ବିଭିନ୍ନ ପ୍ରକାର ମାରଣାସ୍ତ୍ରରେ ଘରର କବାଟ, ଝରକା ତାଡ଼ି ପରିବାର ଲୋକଙ୍କୁ ଆକ୍ରମଣ କରିଥିଲେ। ସେମାନଙ୍କ ଆକ୍ରମଣରେ ସେ ଓ ତାଙ୍କ ଦୁଇଭାଇ ଗୁରୁତର ଆହତ ହୋଇ ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେବାପରେ ଥାନାରେ ଅଭିଯୋଗ କରିଛନ୍ତି। ମନୋରଞ୍ଜନ ତରାଇ ଅଭିଯୋଗ କରିଛନ୍ତି ଯେ, ସେ ଗତ ରାତିରେ ବଜାରରୁ ଘରକୁ ଫେରୁଥିବା ବେଳେ ରାସ୍ତାରେ ରାଜୀବ ଦାସଙ୍କ ସମେତ ଅନ୍ୟମାନେ ଆକ୍ରମଣ କରିଛନ୍ତି। ଉଭୟ ଗୋଷ୍ଠୀ ପକ୍ଷରୁ ଥାନାରେ ପୃଥକ୍‌ ଅଭିଯୋଗ କରାଯାଇଥିବା ଆଇଆଇସି ସଲିଲ ପ୍ରଧାନ ସୂଚନା ଦେଇଛନ୍ତି। ଥାନାରେ ନଂ.୪୬/୨୨ ଓ ୪୭/୨୨ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri