ଭୋଟ୍‌ ମାଗିବା ଆଳରେ ଟଙ୍କା, ଅଳଙ୍କାର ଲୁଟ୍‌

କୋଡ଼ିଙ୍ଗା,୧୬।୨(ଡି.ଏନ୍‌.ଏ.): ଭୋଟ୍‌ ମାଗିବା ଆଳରେ ଘରୁ ଲୁଟିନେଲେ ଅଳଙ୍କାର ଓ ନଗଦ ୭୦ ହଜାର ଟଙ୍କା। ଏପରି ଘଟଣା ନବରଙ୍ଗପୁର ଜିଲା କୋଡିଙ୍ଗା ଥାନା ଜାହାଜଭଟ୍ଟାରେ ସୋମବାର ରାତିରେ ଘଟିଛି। ଖବର ପାଇ ପୋଲିସ ମଙ୍ଗଳବାର ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।
ସୋମବାର ରାତି ପ୍ରାୟ ୮ଟାରେ ଜାହାଜଭଟ୍ଟା ଗ୍ରାମର ପିଙ୍କି ହରିଜନଙ୍କ ଘର କବାଟ କେତେଜଣ ବାଡ଼େଇଥିଲେ। ଏହି ସମୟରେ ବିଦ୍ୟୁତ୍‌ କାଟ ହୋଇଥିଲା ଓ ପିଙ୍କିଙ୍କ ସ୍ବାମୀ ଘରେ ନ ଥିଲେ। ପିଙ୍କି ବାହାରକୁ ଆସିବାରୁ ଦୁର୍ବୃତ୍ତମାନେ ଆମ ପାର୍ଟିକୁ ଭୋଟ ଦେବ ବୋଲି କହିଥିଲେ। ପିଙ୍କି ଚାର୍ଜ ଲାଇଟ୍‌ ଆଣିବାକୁ ଯିବା ସମୟରେ ସେମାନଙ୍କ ମଧ୍ୟରୁ ଜଣେ ତାଙ୍କ ହାତକୁ ଟାଣି ଧରିଥିଲେ। ଅନ୍ୟ ଜଣେ ତାଙ୍କ ବେକରେ ଛୁରି ରଖି ଆଲ୍‌ମାରି ଚାବିକାଠି ପାଇଁ ଧମକ ଦେଇଥିଲେ। ଚାବି ନେବାପରେ ଦୁର୍ବୃତ୍ତମାନେ ଆଲମାରିରୁ ସୁନା ଅଳଙ୍କାର ସହ ୭୦ ହଜାର ଟଙ୍କା ଲୁଟି ନେଇଥିଲେ। ମଙ୍ଗଳବାର ସକାଳେ ପିଙ୍କି କୋଡିଙ୍ଗା ଥାନାରେ ଅଭିଯୋଗ କରିଥିଲେ। ତାଙ୍କ ଏତଲାକୁ ଭିତ୍ତିକରି ଥାନାରେ ଏକ ମାମଲା ରୁଜୁ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ କୋରାପୁଟ ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ଆସି ଘଟଣାସ୍ଥଳରେ ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri