ତିନି ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ମତଦାନ

ଆର.ଉଦୟଗିରି,୧୬।୨(ଡି.ଏନ୍‌.ଏ): ଗଜପତି ଜିଲା ମୋହନା ବ୍ଲକର ୧୭ନମ୍ବର ୱାର୍ଡର ଧନପଙ୍କ ୱାର୍ଡରେ ୩ଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। ୧୭ନମ୍ବର ଓ୍ବାର୍ଡଟି ୩ଟି ଗ୍ରାମକୁ ନେଇ ଗଠିତ। ଏହି ୩ଟିଗ୍ରାମ ହେଲା ଧନପଙ୍କ, ଗୁନ୍ଦ୍ରିଗୁଡା, ବଢ଼େଇପୁର। ଭୋଟର ତାଲିକାରେ ୩ଟି ଗ୍ରାମ ମଧ୍ୟରୁ ଧନପଙ୍କ ଗ୍ରାମର ଭୋଟରଙ୍କ ନାମ ନ ଥିବା ଅଭିଯୋଗ ହୋଇଛି। ଏନେଇ ବ୍ଲକ କାର୍ଯ୍ୟାଳୟ ଓ ପଞ୍ଚାୟତ କାର୍ଯ୍ୟାଳୟରେ ଲୋକମାନେ ଅଭିଯୋଗ କରିବା ସହ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଦେଇଥିଲେ। କିନ୍ତୁ କୌଣସି ସୁଫଳ ନ ମିଳିବାରୁ ଭୋଟ କେନ୍ଦ୍ରରେ ଧନପଙ୍କ ଗ୍ରାମବାସୀ ଏକତ୍ରିତ ହୋଇ ଭୋଟ ବର୍ଜନ କରିଥିଲେ। ଏଥିସହ ଅନ୍ୟ ଦୁଇ ଗ୍ରାମବାସୀଙ୍କୁ ମଧ୍ୟ ଭୋଟ ଦେବାକୁ ବାରଣ କରିଥିଲେ। ଏନେଇ ଖବର ପାଇବା ପରେ ମୋହନା ଥାନା ଅଧିକାରୀ ସୁଜିତ କୁମାର ନାୟକ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ। ଏହାପରେ ୩ଘଣ୍ଟା ବିଳମ୍ବରେ ଭୋଟ ଗ୍ରହଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ଧନପଙ୍କ ଗ୍ରାମବାସୀଙ୍କୁ ବାଦ ଦେଇ ଅନ୍ୟ ଦୁଇ ଗ୍ରାମବାସୀ ନିଦ୍ୱନ୍ଦରେ ଭୋଟ ଦେଇଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri