ପୋଲିଂ ବୁଥ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ: ଆପତ୍ତି ଉଠାଇଲେ କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ,୧୬।୨-ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଖୁଣ୍ଟାପାଳ ବୁଥ୍‌ରେ ଆଚରଣ ବିଧି ଉଲ୍ଲଂଘନ କରାଯାଇଛି। ଏନେଇ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ଇଂ. ବିଶ୍ୱେଶ୍ୱର ଟୁଡୁ ନିର୍ବାଚନ ଅଧିକାରୀ ତଥା ଜିଲାପାଳ ବିନୀତ ଭରଦ୍ୱାଜଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଉକ୍ତ ବୁଥ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋଚିତ୍ର ଲାଗିଥିବା ନେଇ ସେ ଅସନ୍ତୋଷ ପ୍ରକାଶ କରିଛନ୍ତି।
କେନ୍ଦ୍ରମନ୍ତ୍ରୀ ଟୁଡୁ ଅଭିଯୋଗ କରିଛନ୍ତି ଯେ, ବୁଧବାର ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ପୈତୃକ ଗ୍ରାମ ଖୁଣ୍ଟାପାଳ ପ୍ରାଥମିକ ସ୍କୁଲର ୮ ନଂ. ବୁଥ୍‌କୁ ଯାଇ ମତଦାନ କରିଥିଲେ। ମତଦାନ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କର ଏକ ବଡ଼ ବ୍ୟାନର ଲଗାଯାଇଥିବା ସେ ଦେଖିବାକୁ ପାଇଥିଲେ। ଏହାକୁ ଦେଖି ଭୋଟରମାନେ ପ୍ରଭାବିତ ହେଉଥିବା ବେଳେ ଆଚରଣ ବିଧିକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି ବୋଲି ଦାୟିତ୍ୱରେ ଥିବା ପ୍ରିଜାଇଡିଂ ଅଫିସରଙ୍କୁ ଜଣାଇବା ପରେ ମଧ୍ୟ ସେ ଗୁରୁତ୍ୱ ଦେଇ ନ ଥିଲେ। ତେବେ ଜିଲାପାଳଙ୍କୁ ଜଣାଇବା ପରେ ତୁରନ୍ତ ବ୍ୟାନର ଉଠାଇ ନେଇଥିଲେ। ପରେ ବିଭିନ୍ନ ବୁଥ୍‌ ପରିଦର୍ଶନରେ ଯାଇ ଅବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଜିଲାପାଳଙ୍କୁ ଅବଗତ କରିଛନ୍ତି। ଲୋକଙ୍କ ମଧ୍ୟରେ ଉତ୍ସାହ ଭରି ରହିଥିବା ବେଳେ ମତଦାନ କେନ୍ଦ୍ରରେ ଆବଶ୍ୟକ ପୋଲିଂ ପାର୍ଟି ନିୟୋଜିତ ହୋଇ ନ ଥିବାରୁ ଭୋଟରମାନଙ୍କୁ ବହୁ ସମୟ ଅପେକ୍ଷା କରିବାକୁ ପଡୁଛି। ସେହିପରି କେତେକ ବୁଥ୍‌ରେ ପ୍ରିଜାଇଡିଂ ଅଫିସରମାନେ ମତଦାନ ସ୍ଥାନରେ ବସି ରହୁଥିବା ବେଳେ ଅବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଅବାଧ, ମୁକ୍ତ ଓ ସ୍ବଚ୍ଛ ଭାବେ କରିବାକୁ ନିର୍ବାଚନ କମିଶନର ନିର୍ଦ୍ଦେଶ ଦେଇଥିଲେ ହେଁ ଦାୟିତ୍ୱରେ ଥିବା ଅଧିକାରୀମାନେ ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri