Odisha Elections 2024
Posted inଖେଳ

ବୋଲିଂରେ ରବି ବ୍ୟାଟିଂରେ ସୂର୍ଯ୍ୟ ଚମକିଲେ

କୋଲକାତା,୧୬।୨: ପ୍ରଥମେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଓ୍ବେଷ୍ଟଇଣ୍ଡିଜକୁ ୧୫୭/୭ରେ ରୋକି ଦେଇଥିଲା ଟିମ୍‌ ଇଣ୍ଡିଆ। ତା’ ପରେ ଅଧିନାୟକ ରୋହିତ ଶର୍ମା ଓ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ବ୍ୟାଟିଂ ପାଳି ଯୋଗୁ ଭାରତୀୟ ଦଳ ପ୍ରଥମ ଟି୨୦ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ୬ ଉଇକେଟରେ ହରାଇ ଦେଇଛି। ଏହି ମ୍ୟାଚ୍‌ ଜରିଆରେ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିବା ଲେଗ୍‌ ସ୍ପିନର ରବି ବିଷ୍ଣୋଇ ଦୁଇ ଉଇକେଟ ନେଇଥିଲେ। ବିଜୟ ସହ ଭାରତୀୟ ଦଳ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ର ଅଗ୍ରଣୀ ହାସଲ କରିଛି। ପରବର୍ତ୍ତୀ ମ୍ୟାଚ୍‌ ଆସନ୍ତା ୧୮ ତାରିଖରେ ଇଡେନ ଗାର୍ଡେନ୍ସରେ ଖେଳାଯିବ।

୧୫୮ ରନ୍‌ର ଟାର୍ଗେଟ ନେଇ ଓହ୍ଲାଇଥିବା ଭାରତୀୟ ଦଳକୁ ବିସ୍ଫୋରକ ଆରମ୍ଭ ଦେଇଥିଲେ ଅଧିନାୟକ ରୋହିତ ଓ ଇଶାନ କିଷନଙ୍କ ଓପନିଂ ଯୋଡ଼ି। ଦୁହେଁ ୭.୨ ଓଭରରେ ୬୪ ରନ୍‌ ଯୋଡ଼ିଥିଲେ। ପ୍ରଥମ ବ୍ୟାଟର ଭାବେ ଆଉଟ୍‌ ରୋହିତ ୧୯ ବଲରେ ଖେଳିଥିଲେ ୪୦ ରନ୍‌ର ପାଳି। ତାଙ୍କ ଇନିଂସରେ ସାମିଲ ଥିଲା ୪ ଚୌକା ଓ ୩ ଛକା। ତା’ ପରେ କ୍ରମାଗତ ବ୍ୟବଧାନରେ କିଷନ ୩୫ (୪ ଚୌକା), ବିରାଟ କୋହଲି (୧୭) ଓ ରିଷଭ ପନ୍ତ (୮)ଙ୍କ ଉଇକେଟ ହରାଇଥିଲା ଭାରତ। ଏହାସତ୍ତ୍ୱେ ଘରୋଇ ଦଳ ମ୍ୟାଚ୍‌ରେ ଶେଷ ପର୍ଯ୍ୟନ୍ତ ଆଗୁଆ ରହିଥିଲା। ସୂର୍ଯ୍ୟକୁମାର ଯାଦବ (୩୪ ରନ୍‌) ଓ ଭେଙ୍କଟଶ ଆୟାର(୨୪)  ୧୮.୫ ଓଭରରେ  ୪ ଉଇକେଟ ହରାଇ ୧୬୨ ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ଲେ ଅଫ୍‌ରେ ଆରସିବି

ବେଙ୍ଗାଲୁରୁ,୧୮ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚକୁ ୨୭ ରନ୍‌ରେ ଜିତି ନାଟକୀୟ ଢଙ୍ଗରେ ପ୍ଲେ ଅଫ୍‌ରେ ପ୍ରବେଶ କରିଛି ରୟାଲ...

ପ୍ରଶଂସକଙ୍କୁ ଗୋଟିଏ ଖୁସି କେବେବି ଦେଇ ପାରିବେନି କୋହଲି, ଆଇପିଏଲରେ ଗୋଟିଏ କାମ କରିବାକୁ ଡରୁଛନ୍ତି…

ନୂଆଦିଲ୍ଲୀ,୧୮।୫: ବିରାଟ କୋହଲି ବର୍ତ୍ତମାନ ସମୟର ଜଣେ ମହାନ ବ୍ୟାଟ୍ସମ୍ୟାନ। ଏହି ସମୟରେ ସେ ମଧ୍ୟ ବହୁତ ଭଲ ଫର୍ମରେ ଅଛନ୍ତି। ତାଙ୍କ ବ୍ୟାଟ ଆଇପିଏଲ...

ମନ କଥା ଖୋଲିକି କହିଦେଲେ କୋହଲି: କରିବାକୁ ଚାହୁଁନ୍ତି ଏହି କାମ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ୨୦୨୪ର ୬୮ତମ ମ୍ୟାଚ ଆରସିବି ଏବଂ ସିଏସ୍‌କେ ମଧ୍ୟରେ ଆଜି ଖେଳାଯିବ। ଏହି ମ୍ୟାଚ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। ଚେନ୍ନାଇ ସୁପର...

କ୍ୟାମେରାମ୍ୟାନ୍‌ଙ୍କୁ ହାତଯୋଡି ଏମିତି ଗୁହାରି କଲେ ରୋହିତ ଶର୍ମା

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳ ଅପେକ୍ଷା ଦଳ ପରିଚାଳନା ପାଇଁ ଅଧିକ ଚର୍ଚ୍ଚାରେ ରହିଥିଲା। ବିଶେଷ ଭାବେ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ...

୩ ବଲ୍‌ରେ ୩ ଉଇକେଟ୍‌ ଗଲା, କିନ୍ତୁ ଘୋଷଣା ହେଲାନି ହ୍ୟାଟ୍ରିକ୍‌: ଜାଣନ୍ତୁ କାହିଁକି

ମୁମ୍ବାଇ,୧୮।୫: ମୁମ୍ବାଇର ୱାଙ୍ଖେଡେଠାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଆଇପିଏଲର ୬୭ ତମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚର କୌଣସି ବିଶେଷ...

ଏଥର ଟି-୨୦ ବିଶ୍ୱକପ୍‌ କିଏ ହେବ ଚାମ୍ପିୟନ୍‌: ଜୟ ଶାହା କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ...

ଉଇକେଟ୍‌ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ...

ପାଣ୍ଡ୍ୟାଙ୍କୁ ବଡ଼ ଝଟକା: ଲାଗିଲା ପ୍ରତିବନ୍ଧକ

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri