୫ ଜଣିଆ କମିଟି ଗଠନ କଲେ ହାଇକୋର୍ଟ

କଟକ ଅଫିସ,୧୭ା୨:ଜଗତ୍‌ସିଂହପୁର ଜିଲା ଢିଙ୍କିଆ ବିବାଦ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏକ ୫ ଜଣିଆ ଆଇନଜୀବୀ କମିଟି ଗଠନ କରିଛନ୍ତି। ଏହି କମିଟିରେ ୩ ଆବେଦନକାରୀଙ୍କ ଓକିଲ ଓ ୨ ଜଣ ସରକାରୀ ଓକିଲଙ୍କୁ ରଖାଯାଇଛି। ଆଇନଜୀବୀ ପ୍ରଶାନ୍ତ କୁମାର ଜେନା, ଓମ୍‌କାର ଦେବଦାସ, ସୁକାନ୍ତ କୁମାର ଦଳେଇ, ଦେବକାନ୍ତ ମହାନ୍ତି ଓ ଜନ୍ମେଞ୍ଜୟ କଟିକିଆଙ୍କୁ ନେଇ ଗଠିତ ଉକ୍ତ କମିଟି ଆସନ୍ତା ୧୯ ତାରିଖରେ ଘଟଣାସ୍ଥଳ ପରିଦର୍ଶନ କରିବ। ସେଠାକାର ଲୋକଙ୍କ ସହିତ ଆଲୋଚନା କରିବା ସହ ରିପୋର୍ଟ ପ୍ରସ୍ତୁତ କରି ହାଇକୋର୍ଟରେ ଦାଖଲ କରିବ। ଆସନ୍ତା ୨୩ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ଆବେଦନକାରୀ ଆଇନଜୀବୀ କ୍ଷୀରୋଦ ରାଉତ, ଢିଙ୍କିଆ ଅଞ୍ଚଳର କୁନି ମଲ୍ଲିକ, ପ୍ରତାପ ରୁଦ୍ର ସାମନ୍ତରାୟଙ୍କ ପକ୍ଷରୁ ଏହି ମାମଲା ରୁଜୁ ହୋଇଛି। ଉକ୍ତ ମାମଲାରେ ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜବାବ ଦାଖଲ କରାଯାଇ ପୋଲିସର ଲାଠିଚାଳନାକୁ ଅସ୍ବୀକାର କରାଯାଇଛି।
ମାମଲାର ବିବରଣୀରୁ ପ୍ରକାଶ, ଢିଙ୍କିଆ ଅଞ୍ଚଳରେ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ନିର୍ମାଣ ନିମନ୍ତେ ଜମି ଅଧିଗ୍ରହଣ ସମୟରେ ଗ୍ରାମବାସୀ ଓ ପୋଲିସ ମୁହଁାମୁହିଁ ହୋଇଥିଲେ। ଏହି ସମୟରେ ପୋଲିସ ଲାଠିଚାଳନା କରିବାରୁ ଅନେକ ଆନ୍ଦୋଳନକାରୀ ଆହତ ହୋଇଥିଲେ। ପୋଲିସର ଲାଠିଚାଳନାକୁ ବିରୋଧ କରିବା ସହ ଏହି ଘଟଣାର ନିରପେକ୍ଷ ତଦନ୍ତ ପାଇଁ ହାଇକୋର୍ଟରେ ପୃଥକ୍‌ ଭାବେ ଜନସ୍ବାର୍ଥ ମାମଲା ଦାଏର ହୋଇଥିଲା। ପୋଲିସ ଆକ୍ରମଣରେ ଆହତ ହୋଇଥିବା ଲୋକଙ୍କୁ ମାଗଣା ଚିକିତ୍ସା ଓ କ୍ଷତିଗ୍ରସ୍ତ ଲୋକଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଆବେଦନରେ ଦର୍ଶାଯାଇଛି। ସେହିପରି ଲୋକମାନଙ୍କ ନାମରେ ହୋଇଥିବା ମିଥ୍ୟା ମାମଲା ପ୍ରତ୍ୟାହାର କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଆଦେଶ ଦିଅନ୍ତୁ ବୋଲି ଆବେଦନରେ ଦର୍ଶାଯାଇଛି। ଅନ୍ୟପକ୍ଷରେ ଅମାନୁଷିକ ଭାବେ ଲାଠିଚାର୍ଜ କରିଥିବା ପୋଲିସ ଏବଂ ପ୍ରଶାସନିକ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଓ ସେଠାରେ ତୁରନ୍ତ କାରଖାନା ପ୍ରତିଷ୍ଠା ଉଦ୍ୟମ ବନ୍ଦ କରିବାକୁ ଆଗତ ମାମଲାରେ ନିବେଦନ କରାଯାଇଛି। ଏହି ମାମଲାରେ ମୁଖ୍ୟ ଶାସନ ସଚିବ, ରାଜସ୍ବ ସଚିବ, ଗୃହ ସଚିବ, ଡିଜିପି, ଜଗତ୍‌ସିଂହପୁର ଏସ୍‌ପି ଓ ଏରସମା ତହସିଲଦାରଙ୍କୁ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri