କାହା କଥା ସତ: ବିରୋଧୀ ନା ଶାସକ

ଭୁବନେଶ୍ୱର, ୧୭ା୨(ବ୍ୟୁରୋ):ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ବୁଧବାର ଶେଷ ହୋଇଯାଇଛି। ନିର୍ବାଚନ ପୂର୍ବରୁ କେତେକ ସ୍ଥାନରେ ହିଂସାତ୍ମକ ସ୍ଥିତି ସୃଷ୍ଟି ହୋଇଥିଲା। ସେହିପରି ପ୍ରଥମ ପର୍ଯ୍ୟାୟ ଭୋଟିଂ ସମୟରେ ମଧ୍ୟ ଅନେକ ସ୍ଥାନରେ ବାଲଟ ବକ୍ସ ନେଇଯିବା ସହ ବୁଥ୍‌ କ୍ୟାପ୍‌ଚରିଂ ଭଳି ସ୍ଥିତି ସୃଷ୍ଟି ହୋଇଛି। ରାଜ୍ୟ ନିର୍ବାଚନ କମିଶନ ନିର୍ବାଚନ ସମୟରେ ଯେପରି ହିଂସାତ୍ମକ ସ୍ଥିତିକୁ ନିୟନ୍ତ୍ରଣରେ ରଖାଯାଇପାରିବ ସେଥିପ୍ରତି ଧ୍ୟାନଦେବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ବିରୋଧୀ କିନ୍ତୁ ଏଭଳି ସ୍ଥିତି ପାଇଁ ଶାସକ ଦଳ ଆଡ଼କୁ ଅଙ୍ଗୁଳି ଉଠାଇଛନ୍ତି। ସମାନଭାବେ ବିଜେଡି ମଧ୍ୟ ଭାଜପା ଏଭଳି ହିଂସା ରାଜ୍ୟରେ ଘଟାଉଛି ବୋଲି କହି ପାଲଟା ଟାର୍ଗେଟ କରିଛି। ତେବେ ଏହିସବୁ ଘଟଣାକୁ ନେଇ ବିରୋଧୀ ନା ଶାସକ କିଏ ଠିକ୍‌ ଏବଂ କିଏ ଭୁଲ୍‌ ତାକୁ ନେଇ ରାଜନୈତିକ ମହଲରେ ପ୍ରଶ୍ନ ଉଠିବା ଆରମ୍ଭ ହେଲାଣି।
ଧର୍ମେନ୍ଦ୍ର ପ୍ରଧାନ ଏକ ପ୍ରେସ୍‌ ବିଜ୍ଞପ୍ତିରେ ଶାସକ ଦଳକୁ ଟାର୍ଗେଟ କରି କହିଛନ୍ତି, ରାଜ୍ୟର ବିଭିନ୍ନ ସ୍ଥାନରେ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ସମୟରେ ଶାସକ ଦଳର ହିଂସା ଓ ଅରାଜକତା ନିନ୍ଦନୀୟ। ଏଥର ତୃଣମୂଳସ୍ତରରେ ଭୋଟ୍‌ ଦେବା ପାଇଁ ଗ୍ରାମବାସୀଙ୍କ ମଧ୍ୟରେ ଅଦ୍ଭୁତପୂର୍ବ ଉତ୍ସାହ ଦେଖାଦେଇଛି। ଏହା ଗଣତନ୍ତ୍ର ଲାଗି ଏକ ଶୁଭ ସଙ୍କେତ। ହେଲେ ଭୋଟ ସମୟରେ ଧର୍ମଶାଳା, ଯାଜପୁର, ବ୍ରହ୍ମଗିରି, ଅନୁଗୋଳ, ହିନ୍ଦୋଳ, ଭଦ୍ରକ, କଣାସ, ଜଳେଶ୍ୱର, ବାଙ୍ଗିରିପୋଷୀ, ଭଟଲି ଓ ପାଟଣାଗଡ଼ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଘଟିଛି। ଏହା ପୂର୍ବରୁ ପ୍ରାକ୍‌ ନିର୍ବାଚନୀ ହିଂସା ମଧ୍ୟ ଘଟିଛି। ଏହା ନିଶ୍ଚୟ ଚିନ୍ତାଜନକ ଏବଂ ଦୁଃଖଦାୟକ। ରାଜ୍ୟରେ ଆହୁରି ୪ଟି ପର୍ଯ୍ୟାୟରେ ମତଦାନ ହେବାକୁ ଯାଉଛି। ତେଣୁ ରାଜ୍ୟ ନିର୍ବାଚନ ଆୟୋଗ ହିଂସାରେ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ଧର୍ମେନ୍ଦ୍ର କହିଛନ୍ତି।
ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି, ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ହିଂସାରେ ଶେଷ ହୋଇଛି। ବହୁ ସ୍ଥାନରେ ବୁଥ୍‌ ଜବରଦଖଲ ଏବଂ ମାରପିଟ ହୋଇଥିବା ନଜରକୁ ଆସିଛି। ଖବରଦାତାମାନେ ମଧ୍ୟ ମାଡ଼ରୁ ବର୍ତ୍ତିନାହାନ୍ତି। ରାଜ୍ୟରେ ତ୍ରିସ୍ତରୀୟ ନିର୍ବାଚନ ନେଇ ସରକାର ପ୍ରସ୍ତୁତ ବୋଲି ଯାହା କହୁଥିଲେ ତାହା ମିଛ ପ୍ରମାଣିତ ହୋଇଛି। ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି କେଉଁସ୍ତରକୁ ଖସିଯାଇଛି ତାହା ଜଣାପଡ଼ିଛି। ଏଭଳି ଅରାଜକତା ସୃଷ୍ଟି କରିଥିବା ବ୍ୟକ୍ତିମାନଙ୍କୁ ଗିରଫ କରି ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯାଉ। ପରବର୍ତ୍ତୀ ପର୍ଯ୍ୟାୟ ନିର୍ବାଚନଗୁଡ଼ିକ ଯେପରି ସ୍ବଚ୍ଛ ହେବ ସେଥିପ୍ରତି ଧ୍ୟାନଦେବାକୁ ନିରଞ୍ଜନ କହିଛନ୍ତି।
ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବିରୋଧୀଙ୍କ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ପାଲଟା ଟାର୍ଗେଟ କରିବା ସହ କହିଛନ୍ତି, ବିଜେଡି ସବୁବେଳେ ଅହିଂସାରେ ବିଶ୍ୱାସକରେ ଏବଂ ଶାନ୍ତିପୂର୍ଣ୍ଣ ନିର୍ବାଚନ ଦ୍ୱାରା ହିଁ ଗଣତନ୍ତ୍ରକୁ ସୁଦୃଢ଼ କରାଯାଇ ପାରିବ ବୋଲି ବିଶ୍ୱାସକରେ। ଦୁଃଖର କଥା ଓଡ଼ିଶାର ପ୍ରମୁଖ ବିରୋଧୀ ଦଳ ଭାଜପା ଚଳିତ ପଞ୍ଚାୟତ ନିର୍ବାଚନରେ ହାରିବା ଭୟରେ ହିଂସା କରୁଛି ା ଭାଜପା ବିଧାୟକ ଜୟନାରାୟଣ ମିଶ୍ର ସରକାରୀ କର୍ମଚାରୀଙ୍କୁ ଧମକାଉଛନ୍ତି ା ଭାଜପା ନେତା ଓ କର୍ମୀମାନେ ଗଜପତି ଓ ପିପିଲିରେ ବିଜେଡି ଜ଼ିଲା ପରିଷଦ ପ୍ରାର୍ଥୀଙ୍କୁ ଆକ୍ରମଣ କରି ରକ୍ତାକ୍ତ କରିଛନ୍ତି ା କୋରାପୁଟ, ସାଲେପୁର, ବ୍ରହ୍ମଗିରି, କଣାସ, ଢେଙ୍କାନାଳ ଏବଂ ଆହୁରି ଅନେକ ଜିଲାରେ ଭାଜପା ନିର୍ବାଚନୀ ହିଂସା କରିଛି ା ଏହା ପୂର୍ବରୁ ଭାଜପା ଏମ୍‌ପି ଜୁଏଲ ଓରାମ ଜଣେ ମହିଳାଙ୍କ ସହ ଅସଦାଚରଣ କରିବା ଓ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ସରକାରୀ କର୍ମଚାରୀଙ୍କ ଉପରେ ଆକ୍ରମଣକରି ତାଙ୍କ ହାତ ଭାଙ୍ଗିଦେବା ଭଳି ଘଟଣା ଭାଜପାର ହିଂସା ପ୍ରବଣତାକୁ ଦର୍ଶାଇ ଥିଲା ା ବିଜେଡି ଆଶା କରୁଛି, ଭାଜପା ହିଂସାରୁ ନିବୃତ୍ତ ରହି ଏହି ଗଣତନ୍ତ୍ରର ପର୍ବକୁ ଅହିଂସା ଦ୍ୱାରା ସୁଦୃଢ କରିବ। ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି, ପ୍ରଥମ ପର୍ଯ୍ୟାୟ ଭୋଟିଂ ସମୟରେ ରାଜ୍ୟରେ ଯେଉଁଭଳି ହିଂସାତ୍ମକ ସୃଷ୍ଟି ହୋଇଛି ତାହା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଲାଗି ନିର୍ବାଚନ କମିଶନଙ୍କୁ ଭେଟି ଦାବି ଜଣାଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri