ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ଚଳିତ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର କାର୍ଯ୍ୟ ବୁଧବାର ଶେଷ ହୋଇଛି। ନିର୍ବାଚନ ହେବାକୁ ଥିବା ଅଞ୍ଚଳରୁ ପ୍ରଚାର କାର୍ଯ୍ୟରେ ଯୋଗ ଦେଇଥିବା ନେତା ଓ କର୍ମୀମାନଙ୍କୁ ସନ୍ଧ୍ୟା ୭ଟା ସୁଦ୍ଧା ସମ୍ପୃକ୍ତ ଅଞ୍ଚଳ ଛାଡ଼ିବାକୁ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ଶୁକ୍ରବାର ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ୩୦ ଜିଲାର ୬୮ ବ୍ଲକର ୧୮୬ଟି ଜିଲା ପରିଷଦ ଜୋନ୍‌ର ୧୫୧୪ ପଞ୍ଚାୟତରେ ନିର୍ବାଚନ ହେବ। ମୋଟ ୨୦,୪୩୬ ବୁଥ୍‌ରେ ପ୍ରାୟ ୬୨.୧୦ଲକ୍ଷ ଭୋଟର ମତାଧିକାର ସାବ୍ୟସ୍ତ କରିବେ।
ନିର୍ବାଚନ ପ୍ରଚାର ଶେଷ ହୋଇଥିବା ବେଳେ ପ୍ରାର୍ଥୀମାନେ ଆଉ ଖୋଲାଖୋଲି ମତଦାତାଙ୍କୁ ଭୋଟ ଦେବାକୁ ପ୍ରବର୍ତ୍ତାଇ ପାରିବେ ନାହିଁ। ଏଥିପାଇଁ ପ୍ରାର୍ଥୀ ଓ ସମର୍ଥକ ଗୁପ୍ତଭାବେ ଭୋଟରଙ୍କୁ ନିଜ ସପକ୍ଷରେ ନେବା ପାଇଁ ଯୋଗାଡ଼ରେ ଲାଗି ପଡ଼ିବେ। ଏହି ସମୟରେ ଭୋଟରଙ୍କୁ ପ୍ରଲୋଭନ ଦେବା ଭଳି ବିଭିନ୍ନ ପ୍ରକାର ବେଆଇନ କାର୍ଯ୍ୟକଳାପ ବୃଦ୍ଧି ପାଇବା ଆଶଙ୍କା ରହିଛି। ଏପରିକି ନିର୍ବାଚନ ଆଦର୍ଶ ଆଚରଣବିଧି ଉଲ୍ଲଂଘନ ହେବାର ସମ୍ଭାବନା ରହିଛି। ବେଆଇନ କାର୍ଯ୍ୟକୁ ପ୍ରତିହତ କରିବାକୁ ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳ ଓ ଏସପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri