ଡାକ୍ତରଙ୍କ ଘରୁ ନଗଦ ୧.୧ କୋଟି ଜବତ

ନିମାପଡ଼ା(ଡି.ଏନ୍‌.ଏ.)/ଭୁବନେଶ୍ୱର, ୧୭।୨(ବ୍ୟୁରୋ):ପ୍ରସବ ପୂର୍ବରୁ ନେଇଥିଲେ ୫ହଜାର। ପରେ ଆଉ ୩ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଗଲେ ଡାକ୍ତର। ସେ ହେଲେ ପୁରୀ ଜିଲା ନିମାପଡ଼ା ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର ସୁକାନ୍ତ ଜେନା। ବୁଧବାର ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଭିଜିଲାନ୍ସ ପକ୍ଷରୁ ତାଙ୍କ ନାମରେ ଏକ ମାମଲା (ନଂ.୪/୨୦୨୨) ରୁଜୁ କରାଯାଇ ତଦନ୍ତ ସହ ଚଢ଼ାଉ ଆରମ୍ଭ ହୋଇଛି। ଭୁବନେଶ୍ୱର ଇନ୍‌ଫୋସିଟି ଥାନା ଅନ୍ତର୍ଗତ ପଟିଆରେ ଥିବା ତାଙ୍କ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଯାଞ୍ଚବେଳେ ତାଙ୍କ ଘରୁ ନଗଦ ୧ କୋଟି ୧୨ ଲକ୍ଷ ଟଙ୍କା ଜବତ କରାଯାଇଛି। ନଗଦ ଟଙ୍କା ଜବତ ଘଟଣାରେ ଏହା ସର୍ବାଧିକ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ସନ୍ଦେହ କରାଯାଉଛି। ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଚଢ଼ାଉ ଓ ଯାଞ୍ଚ ଜାରି ରହିଥିବାରୁ ତାଙ୍କ ସମ୍ପତ୍ତି ସମ୍ପର୍କରେ ଅଧିକ ସୂଚନା ଦିଆଯାଇ ନାହିଁ। ସୂଚନା ଅନୁଯାୟୀ, ପୁରୀ ଜିଲା କୋଣାର୍କ ଅଞ୍ଚଳର ପବିତ୍ର ଭୋଇ ତାଙ୍କ ସମ୍ପର୍କୀୟ ଭଉଣୀଙ୍କୁ ପ୍ରସବ ପାଇଁ ମଙ୍ଗଳବାର ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଭର୍ତ୍ତି କରିଥିଲେ। ତେବେ ଉକ୍ତ ବିଭାଗର ଡାକ୍ତର ସୁକାନ୍ତ ଜେନା ପ୍ରସବ ପାଇଁ ଟଙ୍କା ଦାବି କରିଥିଲେ। ପ୍ରସବ ପୂର୍ବରୁ ୫ ହଜାର ଓ ପରେ ୩ ହଜାର ଟଙ୍କା ନେବେ ବୋଲି କହିଥିଲେ। ଦାବି ଅନୁସାରେ ସୁକାନ୍ତଙ୍କୁ ପ୍ରଥମେ ସେ ୫ ହଜାର ଟଙ୍କା ଦେଇଥିଲେ। ଏଥିସହ ଘଟଣା ସମ୍ପର୍କରେ ସେ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ, ପ୍ରସବ ପରେ ବୁଧବାର ଅପରାହ୍ନରେ ସୁକାନ୍ତ ଆଉ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲା। ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri